କଂଗ୍ରେସରୁ ଇସ୍ତଫା ଦେଲେ ବିଧାୟକ ସୁର ରାଉତରାୟ , ସବୁ ପଦବୀ ଛାଡି କହିଲ କଂଗ୍ରେସରେ ରହିବି ।
1 min readଭୁବନେଶ୍ୱର ; ସୁରଙ୍କ ନିଷ୍ପତିରେ ରାଜନୀତିରେ ହଇଚଇ । ଆଜି କଂଗ୍ରେସର ସବୁ କମିଟିରୁ ଇସ୍ତଫା ଦେଲେ ବିଧାୟକ ସୁର ରାଉତରାୟ । ସାନ ପୁଅ ମନ୍ମଥ ରାଉତରାୟ ବିଜେଡିରେ ମିଶିବା ପରେ ସୁର ଏଭଳି ପଦକ୍ଷେପ ନେଇଥିବା ଜଣାପଡିଛି ।
ସାନପୁଅ ମନ୍ମଥଙ୍କୁ ଯେତେ ବୁଝାଇଲେ ମଧ୍ୟ ସେ କଥା ନ ରଖି ବିଜେଡିରେ ସାମିଲ ହୋଇଛନ୍ତି ବୋଲି ସୁର ଏକ ଚିଠି ଲେଖି କହିଛନ୍ତି । ଏହା ମୋ ସ୍ୱାଭିମାନ ଓ ଅନ୍ତରାତ୍ମାକୁ ବେ।।ହୁତ ଆଘାତ୍ କରିଛି । ତେଣୁ ବିବେକ ଦୃଷ୍ଟିରୁ ସମସ୍ତ କମିଟି ଇସ୍ତଫା ଦେଉଛନ୍ତି ସୁର । କିନ୍ତୁ ଜୀବନ ଥିବା ଯ।ଏଁ କଂଗ୍ରେସର ହାତ ଛାଡିବେନି ବୋଲି ମଧ୍ୟ ସୁର ଦୃଢ ପ୍ରତିଜ୍ଞା କରିଛନ୍ତି । ଜୀବନ ଥିବା ଯାଏଁ କଂଗ୍ରେସରେ ରହିବି ଏବଂ ଦଳ ଯାହା କାମ ଦେବ କରିବି । ମୋ ଭୋଟ ଅନ୍ୟ ଦଳକୁ ଯିବ ନାହିଁ ବୋଲି କହିଛନ୍ତି ସୁର ।
ଅନ୍ୟପଟେ ଆଜି ହଜାର ହଜାର ଦଳୀୟ ସମର୍ଥକଙ୍କ ସହ ଆସି ଶଙ୍ଖ ଭବନରେ ବିଜେଡିରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି । ସାଂସଦ ମାନସ ମଙ୍ଗରାଜ, ସାଂସଦ ସସ୍ମିତ ପାତ୍ର ଓ ବିଜେଡି ନେତା ବିଭୂତି ବଳବନ୍ତରାୟଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି କ୍ୟାପଟେନ ମନ୍ମଥ ରାଉତରାୟ ।ଶଙ୍ଖ ଭବନରେ ପହଞ୍ଚି ମନ୍ମଥ କହିଥିଲେ, ଏହା ମୋ ପାଇଁ ଗର୍ବର ମୁହୂର୍ତ୍ତ । ଓଡ଼ିଶାର ଏକ ନମ୍ବର ଦଳ ମୋତେ ଚୟନ କରିଛି । ମୋତେ ଯାହା ବି ଦାୟିତ୍ୱ ମିଳିବ ତାହାକୁ ତୁଲାଇବି । ନିର୍ବାଚନ ଲଢିବି କି ନାହିଁ ତାହା ଦଳ ନିଷ୍ପତ୍ତି ନେବେ । ମୁଁ ଶୃଙ୍ଖଳିତ କର୍ମୀ ଭଳି କାମ କରିବି ।