Pratidin TV

Odisha's Digital News Platform

ଶଙ୍ଖ ଧରିଲେ ସୁରଙ୍କ ସାନ ପୁଅ ମନ୍ମଥ ରାଉତରାୟ ।

ଭୁବନେଶ୍ୱର ; କଂଗ୍ରେସ ନୁହଁ ବିଜେଡିର ହାତ ଧରିଲେ ସୁରଙ୍କ ସାନ ମନ୍ମଥ ରାଉତରାୟ । ବୁଧବାର ଅର୍ଥାତ୍ ଆଜି ହଜାର ହଜାର ଦଳୀୟ ସମର୍ଥକଙ୍କ ସହ ଆସି ଶଙ୍ଖ ଭବନରେ ବିଜେଡିରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି । ସାଂସଦ ମାନସ ମଙ୍ଗରାଜ, ସାଂସଦ ସସ୍ମିତ ପାତ୍ର ଓ ବିଜେଡି ନେତା ବିଭୂତି ବଳବନ୍ତରାୟଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି କ୍ୟାପଟେନ ମନ୍ମଥ ରାଉତରାୟ ।

ଶଙ୍ଖ ଭବନରେ ପହଞ୍ଚି ମନ୍ମଥ କହିଥିଲେ, ଏହା ମୋ ପାଇଁ ଗର୍ବର ମୁହୂର୍ତ୍ତ । ଓଡ଼ିଶାର ଏକ ନମ୍ବର ଦଳ ମୋତେ ଚୟନ କରିଛି । ମୋତେ ଯାହା ବି ଦାୟିତ୍ୱ ମିଳିବ ତାହାକୁ ତୁଲାଇବି । ନିର୍ବାଚନ ଲଢିବି କି ନାହିଁ ତାହା ଦଳ ନିଷ୍ପତ୍ତି ନେବେ । ମୁଁ ଶୃଙ୍ଖଳିତ କର୍ମୀ ଭଳି କାମ କରିବି ।

Leave a Reply

Your email address will not be published. Required fields are marked *