Pratidin TV

Odisha's Digital News Platform

ଓଡ଼ିଶା ବିଧାନସଭାର ବାଚସ୍ପତି ହେବେ ସୁରମା ପାଢ଼ୀ ।

1 min read

ଓଡ଼ିଶା ବିଧାନସଭାର ବାଚସ୍ପତି ବନିବେ ବିଜେପି ବିଧାୟିକା ସୁରମା ପାଢ଼ୀ । ନୂଆ ମନ୍ତ୍ରିମଣ୍ଡଳ ଗଠନ ପରେ ତାଙ୍କ ନାଁକୁ ନେଇ ସ।ରା ରାଜ୍ୟରେ ଚର୍ଚ୍ଚା । ୨ୟ ଥର ପାଇଁ ସୁରମା ଏଥର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି ।

ସୁରମା ହେଉଛନ୍ତି ନୟାଗଡ଼ ଜିଲ୍ଲା ରଣପୁର ନିର୍ବାଚନମଣ୍ଡଳୀର ବିଧାୟକ। ସେ ୧୯୬୦ ମସିହାର ଡିସେମ୍ବର ୨୯ ତାରିଖରେ ଜନ୍ମଗ୍ରହଣ କରିଥିଲେ। ସେ ଗୃହ ବିଜ୍ଞାନରେ ସ୍ନାତକୋତ୍ତର ଓ ଉତ୍କଳ ବିଶ୍ୱବିଦ୍ୟାଳୟରୁ ଓକିଲାତି ପଢ଼ିଥିଲେ। ୧୯୮୮ ମସିହାରେ ଭାରତୀୟ ଜନତା ପାର୍ଟିରେ ଯୋଗଦେଇଥିଲେ। ୧୯୯୮ ମସିହାରେ ସେ ବିଜେପି ରାଜ୍ୟ ମହିଳା ମୋର୍ଚ୍ଚାର ସଭାପତି ହୋଇଥିଲେ। ୨୦୦୦ ମସିହା ପର୍ଯ୍ୟନ୍ତ ସେ ସେହି ପଦବୀରେ ରହିଥିଲେ। ୨୦୦୦ ମସିହାରେ ସେ ଜାତୀୟ ଭାରତୀୟ ଜନତା ପାର୍ଟି ମହିଳା ମୋର୍ଚ୍ଚାର ସଭାପତି ବନିଥିଲେ।

Advertisement

୨୦୦୪ ମସିହାରେ ରଣପୁର ବିଧାନସଭା ନିର୍ବାଚନମଣ୍ଡଳୀରୁ ସୁରମା ବିଜେପିରୁ ଲଢ଼ିଥିଲେ। ଆଉ ବିଜୟୀ ହୋଇଥିଲେ। ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ ସେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ। ୨୦୦୯, ୨୦୧୪ ଓ ୨୦୧୯ ସାଧାରଣ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱୀତା କରି ପରାଜିତ ହୋଇଥିଲେ। ଚଳିତ ନିର୍ବାଚନରେ ପୁଣି ଥରେ ଲଢ଼ି ସେ ବିଜୟୀ ହୋଇଛନ୍ତି।

Leave a Reply

Your email address will not be published. Required fields are marked *