Pratidin TV

Odisha's Digital News Platform

ପ୍ରଦୀପଙ୍କୁ ଆକ୍ରମଣ କରି ବନ୍ଧା ହେଲେ ଶିବଶଙ୍କର ଦାସ , ନିର୍ବାଚନ ବେଳେ ବଢିଲା ଅଡୁଆ ….

1 min read

ଭୁବନେଶ୍ୱର ; ନିର୍ବାଚନ ସମୟରେ ତାତିଛି ରଜନୀତି ମାହୋଲ । ଗିରଫ୍ ହେଲେ ସ୍ୱାଧୀନ ପ୍ରାର୍ଥୀ ଶିବଶଙ୍କର ଦାସ । ବ୍ରହ୍ମପୁର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ମାମଲାରେ ଆଜି ଅଭିଯୁକ୍ତ ଶିବଶଙ୍କର ଦାସଙ୍କୁ ଗିରଫ କରିଛି ପୁଲିସ। କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ ପୁଲିସ ତାଙ୍କୁ ଜେଲକୁ ପଠାଇଦେଇଛି।

ଗତକାଲି ବ୍ରହ୍ମପୁର ସଂସଦୀୟ କ୍ଷେତ୍ରରେ ଭୋଟ ସରିବା ପରେ ଉତ୍କଳମଣି ୟୁପି ସ୍କୁଲ ବୁଥ ଆଗରେ ପ୍ରଦୀପ ପାଣିଗ୍ରାହୀଙ୍କ ସମର୍ଥକ ଓ ସ୍ୱାଧୀନ ବିଧାନସଭା ପ୍ରାର୍ଥୀ ଶିବଶଙ୍କର ଦାସ ସମର୍ଥକଙ୍କ ମଧ୍ୟରେ କୌଣସି କାରଣ ପାଇଁ ହାତାହାତି ହୋଇଥିଲା। ଏହି ଗଣ୍ଡଗୋଳ ସମୟରେ ଶିବଶଙ୍କର ପ୍ରଦୀପଙ୍କୁ ଆକ୍ରମଣ କରିଥିଲେ। ଯାହାଫଳରେ ତାଙ୍କ ଅବସ୍ଥା ଗୁରୁତର ହୋଇଯାଇଥିଲଲା ।

Advertisement

ତେଣୁ ଆଜି ଅଭିଯୋଗ ପରେ ସ୍ୱାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ ଓରଫ୍ ପିଣ୍ଟୁ ଦାସଙ୍କ ବିରୋଧରେ ପୁଲିସ ହତ୍ୟା ଉଦ୍ୟମ ଦଫା ଲଗାଇ ମାମଲା ରୁଜୁ କରିଛି।

Leave a Reply

Your email address will not be published. Required fields are marked *