Pratidin TV

Odisha's Digital News Platform

ଯୋଗ ଦିବସରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ, କହିଲେ ଯୋଗ ନୂଆ ଓଡ଼ିଶା ଓ ସୁସ୍ଥ ଓଡ଼ିଶା ଗଠନରେ ସହାୟକ ହେବ

ଆଜି ପାଳିତ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ | ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆୟୋଜନ କରାଯାଇଥିବା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହୋଇଛନ୍ତି ସାମିଲ | ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ହୋଇଛନ୍ତି ସାମିଲ |

ସୂଚନା ଅନୁଯାୟୀ, କଳିଙ୍ଗ ଷ୍ଟଡିୟମରେ ଆୟୋଜନ କରାଯାଇଥିବା ଯୋଗ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସମେତ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, କ୍ରୀଡ଼ା ସଚିବ ଭିନୀଲ କ୍ରିଷ୍ଣାଙ୍କ ସମେତ ବହୁ ପ୍ରଶାସନିକ ଅଧିକାରୀ ସାମିଲ ହୋଇଛନ୍ତି | ସମସ୍ତେ ମୁଖ୍ୟମନ୍ତ୍ରୀଙ୍କ ସହ ମିଶି ଯୋଗ କରିଥିଲେ |

“ମାନସିକ ସ୍ତରରେ ସୁସ୍ଥ ରହିବା ପାଇଁ ଯୋଗ ଜରୁରୀ। କେବଳ ଆଜି ନୁହେଁ, ଦୈନନ୍ଦିନ ଯୋଗ କରିବା ଆବଶ୍ୟକ।” ଯୋଗ କେବଳ ଶରୀର ପାଇଁ ନୁହେଁ ବରଂ ମାନସିକ ଶାନ୍ତି ଓ ଏକାଗ୍ରତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେ ଆହୁରି କହିଛନ୍ତି, ନୂଆ ଓଡ଼ିଶା, ସୁସ୍ଥ ଓଡ଼ିଶା ଗଠନରେ ନିଶ୍ଚିତରେ ଏହା ସହାୟକ ହେବ ।

Leave a Reply

Your email address will not be published. Required fields are marked *