Pratidin TV

Odisha's Digital News Platform

ଭୟଙ୍କର ଦୁର୍ଘଟଣା; ବସ୍‌କୁ ପିଟିଲା ତେଲ ଟ୍ୟାଙ୍କର, ଚାଲିଗଲା ୪ ଜୀବନ

ବସ୍‌କୁ ଧକ୍କା ଦେଲା ଟ୍ୟାଙ୍କର, ୪ ମୃତ। ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ଅନ୍ତର୍ଗତ ସମରଝୋଳ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସକୁ ଟ୍ୟାଙ୍କର ଧକ୍କା ଦେଇଛି। ଟ୍ରକକୁ ଓଭରଟେକ୍ କରିବାକୁ ଯାଇ ଟ୍ୟାଙ୍କରଟି ବସକୁ ପିଟି ଦେଇଥିବା ଜଣାପଡିଛି। ଦୁର୍ଘଟଣା ପରେ ବସଟି ରାସ୍ତାକଡ ଚା ଦୋକାନକୁ ମାଡିଯାଇଛି। ଫଳରେ ଚା ପିଉଥିବାବେଳେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଆଉ ଜଣେ ମୃତକ ବସ୍‌ର ଯାତ୍ରୀ ହୋଇଥିବା ସୂଚନା ମିଳିଛି।

‘ଖମ୍ବେଶ୍ୱରୀ’ ନାମକ ଯାତ୍ରୀବାହୀ ବସ୍‌ ୪୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଧରି ବ୍ରହ୍ମପୁର ଅଭିମୁଖେ ଆସୁଥିଲା। ଉକ୍ତ ସମୟରେ ତେଲ ଟାଙ୍କରଟି ବ୍ରହ୍ମପୁରରୁ ଆସ୍କା ପଟକୁ ଆସୁଥିଲା। କଞ୍ଜୁରୁ ଛକଠାରେ ତେଲ ଟ୍ୟାଙ୍କରଟି ଏକ ଟ୍ରକ୍‌କୁ ଓଭରଟେକ୍‌ କରିବାକୁ ଚେଷ୍ଟା କରୁଥିଲା। ମାତ୍ର ଗାଡ଼ିଟି ଭାରସାମ୍ୟ ହରାଇ ବିପରୀତ ଦିଗରୁ ଆସୁଥିବା ବସ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଯାହାଫଳରେ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଥିଲା | ଏହାସହ ୨୦ରୁ ଅଧିକ ଆହତ ହୋଇଛନ୍ତି। ସମସ୍ତଙ୍କୁ ଗୁରୁତର ଅବସ୍ଥାରେ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି। ପରେ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Leave a Reply

Your email address will not be published. Required fields are marked *