ମୁଣ୍ଡିଆ ମାରି ଲୋକସେବା ଭବନରେ ପାଦଦେଲେ ମୁଖ୍ୟମନ୍ତ୍ରୀ , ଆଜିଠୁ ନିଜ ପ୍ରକୋଷ୍ଠରେ କାର୍ୟ୍ୟଭାର ସମ୍ଭାଳିଲେ ।
1 min readଲୋକସେବା ଭବନରେ ଆଜି ପ୍ରଥମ ଥର ପାଇଁ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପୂଜାର୍ଚ୍ଚନା ପରେ ମୁଖ୍ୟମନ୍ତ୍ରୀ ଲୋକସେବା ଭବନ ଆଗରେ ମୁଣ୍ଡିଆ ମାରି ବନରେ ପ୍ରବେଶ କରିଛନ୍ତି। ଆଜିଠାରୁ ଲୋକସେବା ଭବନରେ ବିଧିବଦ୍ଧ ଭାବେ କାର୍ଯ୍ୟଭାର ସମ୍ଭାଳିଛନ୍ତି ମୁଖ୍ୟମନ୍ତ୍ରୀ।
ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବ ଭବନକୁ ପାଛୋଟି ନେବାକୁ ସେଠାରେ ଉପସ୍ଥିତ ଥିଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ପ୍ରଭାତୀ ପରିଡ଼ାଙ୍କ ସମେତ ବହୁ କ୍ୟାବିନେଟ୍ ମନ୍ତ୍ରୀ । ସେହିପରି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ସମେତ ବରିଷ୍ଠ ପ୍ରଶାସନିକ ଅଧିକାରୀ, ଆଇଏଏସ୍ ଏବଂ ଓଏଏସ୍ କର୍ମଚାରୀ ସଂଘ ମୁଖ୍ୟମନ୍ତ୍ରୀଙ୍କୁ ଭଗ୍ୟ ସ୍ୱାଗତ କରିଥିଲେ।
ଜୁନ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ମୋହନ। ତେବେ ସେ ଲୋକସେବା ଭବନର ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟକୁ ଆସି ନଥିଲେ। ରାଜ୍ୟ ଅତିଥି ଭବନରେ ଅସ୍ଥାୟୀ କାର୍ୟ୍ୟାଳୟ ଖୋଲି କାମ କରୁଥିଲେ। ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠର ନବୀକରଣ କରାଯାଇଥିଲା। ଆଜି ସେହି ପ୍ରକୋଷ୍ଠକୁ ଯାଇ କାର୍ଯ୍ୟ ଆରମ୍ଭ କରିଦେଇଛନ୍ତି ।