Pratidin TV

Odisha's Digital News Platform

ଆଜିଠୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ …

1 min read

ଆଜିଠୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି । ଦିଲ୍ଲୀରେ ମାଓବାଦୀ ମୁକାବିଲାକୁ ନେଇ ଗୃହମନ୍ତ୍ରୀ ଅମିତ୍ ଶାହାଙ୍କ  ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ  ଯୋଗ ଦେବେ । ଏହା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ମଧ୍ୟ ମୁଖ୍ୟମନ୍ତ୍ରୀ ସାମିଲ ହେବେ।

ଖବର ଅନୁଯାୟୀ, ଓଡିଶୀ ସୀମାନ୍ତ ଛତିଶଗଡ଼ ଦାନ୍ତେଓ୍ୱାଡାରେ କୁମ୍ବିଂ ଅପରେସନ୍‌ରେ ୩୬ ମାଓବାଦୀଙ୍କୁ ନିହତ କରିଥିଲେ ସୁରକ୍ଷାକର୍ମୀ । ଯାହାଫଳରେ ମିଶନ-୨୬କୁ ମିଳିଛି ବଡ଼ ସଫଳତା । ଆଗାମୀ ଦିନରେ ମାଓ ବିରୋଧୀ ଅଭିଯାନକୁ ଜୋରଦାର କରାଯିବ । ଏନେଇ ଗୃହମନ୍ତ୍ରୀ ଅମିତ ଶାହା ସୋମବାର ଦିନ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଯେଉଁଥିରେ ଓଡିଶା ସମେତ ୮ ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ସାମିଲ ହେବେ । ବୈଠକରେ ବିଭିନ୍ନ ରାଜ୍ୟରେ ଚାଲିଥିବା ନକ୍ସଲ ଦମନ ଅଭିଯାନ ଓ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା ହେବ ।ତେବେ ଏହି ବୈଠକ ଲାଗି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ରବିବାର ଦିନ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ସେଠାରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ସାମିଲ ହେବା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ସୂଚନା ରହିଛି  ।

Advertisement

Leave a Reply

Your email address will not be published. Required fields are marked *