Pratidin TV

Odisha's Digital News Platform

ଭାରତରେ ପ୍ରଥମ ମଙ୍କିପକ୍ସର ସନ୍ଦିଗ୍ଧ ଚିହ୍ନଟ ! ବିଦେଶ ଫେରନ୍ତାଙ୍କ ଶରୀରରେ ଲକ୍ଷଣ ଚିହ୍ନଟ

ଭାରତରେ ମଙ୍କିପକ୍ସର ଏଣ୍ଟ୍ରି। ମଙ୍କିପକ୍ସ ସଂକ୍ରମିତ ଦେଶରୁ ଫେରିଥିବା ଜଣେ ଯୁବକ ସଂକ୍ରମିତ ହୋଇଥିବା ସନ୍ଦେହ କରାଯାଉଛି। ଭାରତରେ ମଙ୍କିପକ୍ସର ଏଣ୍ଟ୍ରି ହୋଇଥିବା ନେଇ ଆଶଙ୍କା କରାଯାଉଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି। ସ୍ୱାସ୍ଥ୍ୟ ବିଭାଗ ରିପୋର୍ଟ ଅନୁସାରେ, ସନ୍ଦିଗ୍ଧ ଯୁବକ ମଙ୍କିପକ୍ସ ଆକ୍ରାନ୍ତ ଦେଶ ଭ୍ରମଣ କରିଥିଲେ। ତାଙ୍କ ଶରୀରରେ କିଛି ଲକ୍ଷଣ ଦେଖା ଯିବାରୁ ନମୂନା ପରୀକ୍ଷା ପାଇଁ ପଠାଯାଇଛି। ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି। ନମୂନା ପରୀକ୍ଷା ରିପୋର୍ଟ ଆସିବା ପରେ ମଙ୍କିପକ୍ସ ହୋଇଛି କି ନାହିଁ, ତାହା ସ୍ପଷ୍ଟ ହେବ। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଅନୁଯାୟୀ, ସମ୍ପୃକ୍ତ ରୋଗୀଙ୍କୁ ଏକ ନିର୍ଦ୍ଦିଷ୍ଟ ଡାକ୍ତରଖାନାରେ ଅଲଗା ରଖାଯାଇଛି ଏବଂ ମଙ୍କିପକ୍ସ ସଂକ୍ରମଣ ନିଶ୍ଚିତ କରିବା ପାଇଁ ତାଙ୍କ ନମୁନା ପରୀକ୍ଷା କରାଯାଉଛି। ରୋଗୀ ବର୍ତ୍ତମାନ ସ୍ଥିର ଅଛନ୍ତି ଏବଂ କୌଣସି ଅଯଥା ଚିନ୍ତାର କାରଣ ନାହିଁ ବୋଲି ମନ୍ତ୍ରାଳୟ କହିଛି।

ସୂଚନା ଅନୁଯାୟୀ, ରବିବାର ଦିନ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏକ ବିବୃତ୍ତିରେ କହିଛନ୍ତି ଯେ ନିକଟରେ ବିଦେଶ ଫେରନ୍ତା ଜଣେ ଯୁବକଙ୍କ ଶରୀରରେ ମଙ୍କିପକ୍ସ ଲକ୍ଷଣ ଚିହ୍ନଟ ହୋଇଛି। ଲକ୍ଷଣ ଦେଖାଯିବାରୁ ନମୁନା ପରୀକ୍ଷା ପାଇଁ ପଠାଯାଇଛି। ରିପୋର୍ଟ ଆସିବା ପରେ ମଙ୍କିପକ୍ସ ହୋଇଛି କି ନାହିଁ ତାହା ସ୍ପଷ୍ଟ ହେବ। ତେବେ ଆଫ୍ରିକା ପରେ ୟୁରୋପୀୟ ଦେଶମାନଙ୍କରେ ମଧ୍ୟ ଏହି ଭୂତାଣୁ ବ୍ୟାପିବାରେ ଲାଗିଛି, ଯାହାକୁ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ସତର୍କ ସୂଚନା ଜାରି କରିଛି । ଅଗଷ୍ଟ ୧୪ରେ ମଙ୍କିପକ୍ସକୁ ବିଶ୍ୱ ସ୍ୱାସ୍ଥ୍ଯ ସଂଗଠନ ହେଲଥ ଏମର୍ଜେନ୍ସି ଘୋଷଣା କରିଥିଲେ।

ପୂର୍ବସୂଚାନୁସାରେ, ଅଗଷ୍ଟ ୧୪ରେ ମଙ୍କିପକ୍ସକୁ ବିଶ୍ୱ ସ୍ୱାସ୍ଥ୍ଯ ସଂଗଠନ ହେଲଥ୍ ଏମର୍ଜେନ୍ସି ଘୋଷଣା କରିଥିଲା। ପାଖାପାଖି ୧୭ଟି ଦେଶକୁ ମଙ୍କିପକ୍ସ ବିସ୍ତାର କରିସାରିଛି। କିନ୍ତୁ ଜୁଲାଇରେ ନୂଆ ଭାରିଆଣ୍ଟ ‘କ୍ଲେଡ୍ 1ବି’ ଚିହ୍ନଟ ହେବା ପରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଏହାକୁ ହେଲଥ ଏମର୍ଜେନ୍ସି ଭାବେ ଘୋଷଣା କରିଥିଲା। ରିପୋର୍ଟ ଅନୁସାରେ, ବୁରୁଣ୍ଡି, କେନିଆ, ରୁୱାଣ୍ଡା ଏବଂ ଉଗାଣ୍ଡାରେ ମଙ୍କିପକ୍ସର ନୂଆ ଷ୍ଟ୍ରେନରେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Leave a Reply

Your email address will not be published. Required fields are marked *