Pratidin TV

Odisha's Digital News Platform

ହିତାଧିକାରୀଙ୍କୁ ୩ ମାସର ଆଗୁଆ ଚାଉଳ ଦେବେ ସରକାର, ରାଜ୍ୟ ଖାଦ୍ୟ ଯୋଜନାରେ ୧.୩୧ ଲକ୍ଷ ଶ୍ରମିକ ସାମିଲ ..

1 min read

ମୋହନ ସରକାର ମଙ୍ଗଳବାର ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି ହିତାଧିକାରୀମାନଙ୍କୁ ତିନି ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପ୍ରତ୍ୟେକ ହିତାଧିକାରୀ ତିନି ମାସ (ଅକ୍ଟୋବରରୁ ଡିସେମ୍ବର) ପାଇଁ ୧୫ କିଲୋ ଲେଖାଏ ଚାଉଳ ପାଇବେ। ଏହାବ୍ୟତୀତ ଇ-ଶ୍ରମିକ ପଞ୍ଜିକରଣରେ ବାଦ୍ ପଡ଼ିଥିବା ଆଉ ୧.୩୧ଲକ୍ଷ ଶ୍ରମିକଙ୍କୁ ତୁରନ୍ତ ରାଜ୍ୟ ଖାଦ୍ୟ ଯୋଜନାରେ ତୁରନ୍ତ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନା ଯୋଗ୍ୟ ଯେ ଏହି ପ୍ରକ୍ରିୟା ଅକ୍ଟୋବର ପହିଲା ଠାରୁ ଆରମ୍ଭ ହୋଇଥିଲେ ମଧ୍ୟ ୪୦ ଲକ୍ଷ ପରିବାର ଏ ପର୍ଯ୍ୟନ୍ତ ଚାଉଳ ପାଇ ନାହାନ୍ତି। ତେଣୁ ଏହି ପରିବାରଗୁଡ଼ିକୁ ତୁରନ୍ତ ଚାଉଳ ବଣ୍ଟନ କରିବା ପାଇଁ କୁହାଯାଇଛି ।

Advertisement

ବୈଠକରେ ୱାନ ନେସନ୍ ୱାନ ରେସନ ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ଅନ୍ୟ ରାଜ୍ୟରେ ରହୁଥିବା ପ୍ରବାସୀ ଓଡିଆ ମାନଙ୍କର ଇ-କେୱାଇସି ବ୍ୟବସ୍ଥାକୁ ତ୍ବରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଆୟୋଜିତ ବୈଠକରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ ପ୍ରମୁଖ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *