Pratidin TV

Odisha's Digital News Platform

ସ୍ପଷ୍ଟ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ , ମଣିଷଙ୍କୁ ହୋଇନାହିଁ ବାର୍ଡ ଫ୍ଲୁ ..

ରାଜ୍ୟରେ ମଣିଷକୁ ହୋଇନାହିଁ  ସଂକ୍ରମଣ ବାର୍ଡ ଫ୍ଲୁ । ଏହା ସ୍ପଷ୍ଟ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି, ଯେଉଁ ନମୁନା ପରୀକ୍ଷା ପାଇଁ ଯାଇଥିଲା ତାହା ନେଗେଟିଭ ଆସିଛି । ସ୍ୱାସ୍ଥ୍ୟ ବିଭାଗ ସଜାଗ ରହିଛି, ବ୍ୟାପକ ସଚେତନତା କରାଯାଉଛି । ବାର୍ଡ ଫ୍ଲୁକୁ ନେଇ ଆତଙ୍କିତ ନହେବାକୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ବାର୍ଡ ଫ୍ଲୁକୁ ଦୃଷ୍ଟିରେ ରଖି ଇତି ମଧ୍ୟରେ ୩୦ ହଜାର କୁକୁଡ଼ାଙ୍କୁ ମରାଯାଇଥିବା ସ୍ବାସ୍ଥ୍ୟ ମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି। ନିରାକରଣ ଦୃଷ୍ଟିରୁ ଜଣଙ୍କୁ ଆଇସୋଲେସନରେ ରଖାଯାଇଛି । ଲକ୍ଷଣ ଥିବା ୨ ଜଣଙ୍କ ନମୁନା ଆରଏମଆରସିକୁ ପରୀକ୍ଷା ପାଇଁ ପଠାଯାଇଥିଲା। ପୁଣେ ଭାଇରୋଲୋଜି ସେଣ୍ଟରକୁ ମଧ୍ୟ ନମୁନା ପଠାଯାଇଥିଲା। ରିପୋର୍ଟକୁ ଅପେକ୍ଷା ରହିଥିଲା। ଏନେଇ ଆତଙ୍କିତ ନହେବାକୁ ପରାମର୍ଶ ଦେଇଥିଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ। ଆରଏମଆରସି ରିପୋର୍ଟ ଆସିବା ପରେ ସ୍ୱାସ୍ଥ୍ୟ ବିଭାଗ ସମ୍ପୂର୍ଣ୍ଣ ତଥ୍ୟ ଦେବ ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଥିଲେ।

Leave a Reply

Your email address will not be published. Required fields are marked *