ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ
1 min readଆଜି ବିଶ୍ବପ୍ରସିଦ୍ଧ ରଥଯାତ୍ରା। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହେବେ ସାମିଲ | ଶ୍ରୀମନ୍ଦିର ସିଂହଦ୍ୱାର ଆଗରେ ଦଣ୍ଡାୟମାନ ହୋଇଛି ସୁସଜ୍ଜିତ ତିନି ରଥ। ରଥ ଉପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ ସହ ଦଉଡ଼ି ଟାଣି ଜୀବନକୁ କୃତାର୍ଥ କରିବାକୁ ଭକ୍ତପ୍ରାଣ ଉଚ୍ଛନ୍ନ। ଏହି ଅବସରରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର ‘ଏକ୍ସ’ ଏକାଉଣ୍ଟରେ ଲେଖିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ମୁଁ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜ୍ଞାପନ କରୁଛି । ଆଜି ଦେଶ ତଥା ବିଶ୍ଵର ଅଗଣିତ ଜଗନ୍ନାଥପ୍ରେମୀ ରଥ ଉପରେ ତିନି ଠାକୁରଙ୍କ ଦର୍ଶନ ପାଇଁ ଉତ୍କଣ୍ଠାର ସହିତ ଅପେକ୍ଷା କରି ରହିଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ପବିତ୍ର ରଥଯାତ୍ରା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ମହାପ୍ରଭୁଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି।
ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ମଧ୍ୟ ରଥଯାତ୍ରା ଅବସରରେ ବିଶ୍ଵର କୋଣ ଅନୁକୋଣରେ ଥିବା ଶ୍ରୀଜଗନ୍ନାଥ ପ୍ରେମୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ଏହି ମହାପର୍ବ ଅବସରରେ ମୁଁ ସମସ୍ତଙ୍କର ସୁଖ, ଶାନ୍ତି ଓ ସମୃଦ୍ଧି ପାଇଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କଙ୍କ ନିକଟରେ ପ୍ରାର୍ଥନା କରୁଛି। ରାଜ୍ୟ ତଥା ଦେଶର ଉନ୍ନତି ଓ ସମସ୍ତଙ୍କର ସୁଖ ଓ ଶାନ୍ତି ପାଇଁ ସେ ବିଶ୍ଵନିୟନ୍ତାଙ୍କ ନିକଟରେ ପ୍ରାର୍ଥନା କରୁଛି।