Pratidin TV

Odisha's Digital News Platform

ଓଡ଼ିଶା ସରକାରଙ୍କ ବାତ୍ୟା ମୁକାବିଲା ପ୍ରସ୍ତୁତିରେ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ…

1 min read

ଓଡ଼ିଶା ସରକାରଙ୍କ ବାତ୍ୟା ମୁକାବିଲା ପ୍ରସ୍ତୁତିରେ ସନ୍ତୁଷ୍ଟ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଗୁରୁବାର ପୁର୍ବାହ୍ନର ବାତ୍ୟା ପ୍ରସ୍ତୁତିର ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖବରଦାତା ସମ୍ମିଳନୀରେ ମୋହନ ମାଝୀ ଦେଲେ ସୂଚନା। ଏଥିସହିତ ଆଉ କିଛି ଆବଶ୍ୟକ ହେଲେ, ଯୋଗାଇଦେବାକୁ ପ୍ରଧାନମନ୍ତ୍ରୀ କହିଛନ୍ତି। ତେବେ ରାଜ୍ୟ ସରକାର ଯାହା କେନ୍ଦ୍ରଠାରୁ ସାହାଯ୍ୟ ମାଗିଥିଲେ ସବୁ ମିଳିଯାଇଛି। ଗୁରୁବାର କେନ୍ଦ୍ର କ୍ୟାବିନେଟ ବୈଠକରେ ଓଡ଼ିଶାରେ ମାଡ଼ ହେବାକୁ ଥିବା ବାତ୍ୟା ସମ୍ପର୍କରେ ଆଲୋଚନା ହୋଇଥିଲା। ଯେଉଁଠି ଓଡ଼ିଶାର କେନ୍ଦ୍ରମନ୍ତ୍ରୀମାନେ ପ୍ରଧାନମନ୍ତ୍ରୀଙ୍କୁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇଥିଲେ।

ପ୍ରସ୍ତୁତିରେ ପ୍ରଧାନମନ୍ତ୍ରୀ ସନ୍ତୁଷ୍ଟ ଥିବା ସୂଚନା ମିଳିଛି।ଆଉ କିଛି ଆବଶ୍ୟକ ହେଲେ, ଯୋଗାଇଦେବାକୁ କହିଛନ୍ତି ପ୍ରଧାନମନ୍ତ୍ରୀ ।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ସାମୁଦ୍ରିକ ବାତ୍ୟା ‘ଦାନା’ ଗୁରୁବାର ରାତିରୁ ଶୁକ୍ରବାର ସକାଳ ମଧ୍ୟରେ ଭିତରକନିକା-ଧାମରା ମଧ୍ୟରେ ସ୍ଥଳଭାଗ ସ୍ପର୍ଶ କରି ପୁରୀ ଓ ସାଗରଦ୍ୱୀପ ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ସାମୁଦ୍ରିକ ଝଡ଼ ଦାନାର ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ୫ ଘଣ୍ଟା ଧରି ଚାଲିବ।

Advertisement

ଏଥିରେ ୧୧ ଜିଲାର ୩୮ ବ୍ଲକ, ୯ ପୌରାଞ୍ଚଳ ପ୍ରଭାବିତ ହୋଇପାରେ। ମୋଟ ୧୬୫୩ ଗାଁ ବାତ୍ୟା ଦ୍ବାରା ପ୍ରଭାବିତ ହେବାର ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୧୬୫୩ ଗାଁରୁ ୩ ଲକ୍ଷ ୬୨ ହଜାର ଲୋକ ସ୍ଥାନାନ୍ତର ହେବେ। ଏଯାବତ ୩ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଗଲାଣି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave a Reply

Your email address will not be published. Required fields are marked *