Pratidin TV

Odisha's Digital News Platform

ଆଜିଠୁ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ,ଗୃହରେ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ବିରୋଧୀ

1 min read

ଗୃହରେ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ବିରୋଧୀ | କାରଣ ଆଜିଠୁ ବିଧାନସଭା ଅଧିବେଶନର ୨ୟ ପର୍ଯ୍ୟାୟ ଆରମ୍ଭ ହେଉଥିବା ବେଳେ କେଉଁ ପ୍ରସଙ୍ଗକୁ ନେଇ ବିରୋଧୀ ସରକାରଙ୍କୁ ଘେରିବେ ତାକୁ ନେଇ ରହିଛି ସମସ୍ତଙ୍କ ନଜର | ତେବେ ଗତକାଲି ଶେଷ ହୋଇଛି କଂଗ୍ରେସ ଦଳ ବୈଠକ | ତେଣୁ କଂଗ୍ରେସ କେଉଁ ପ୍ରସଙ୍ଗ ଉପରେ ନିଜର ପ୍ରଶ୍ନ ଉଠାଇବ ତାକୁ ନେଇ ରଣନୀତି ପ୍ରସ୍ତୁତ ହୋଇଛି |

ତେବେ ପ୍ରଥମ ପର୍ଯ୍ୟାୟ ଅଧିବେଶନ ଜୁଲାଇ ୨୨ ରୁ ଆରମ୍ଭ କରି ୩୧ ତାରିଖ ପର୍ଯ୍ୟନ୍ତ ଚାଲିଥିଲା | ଏହି ଅଧିବେଶରେ ଅର୍ଥ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨0୨୪-୨୫ ବର୍ଷ ପାଇଁ ଗୃହରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଥିଲେ | ବର୍ତ୍ତମାନ ଆଜି ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭ ହେବାକୁ ଥିବା ବେଳେ ବିଭାଗୀୟ ସ୍ଥାୟୀ କମିଟି ମାନଙ୍କର ରିପୋର୍ଟ ଉପସ୍ଥାପନ ହେବ | ଏହାପରେ ଅଗଷ୍ଟ ୨୧ ତାରିଖରୁ ସେପ୍ଟେମ୍ବର ୯ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ବିଭାଗକୁ ମିଳିଥିବା ଅନୁଦାନ ନିମନ୍ତେ ଖର୍ଚ୍ଚ ଦାବି ଆଲୋଚନା ହେବ |

ବିଧାନସଭାରେ ସେପ୍ଟେମ୍ବର ୧୦ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବ୍ୟୟମଞ୍ଜୁରୀ ବିଲ୍ ପାରିତ ହେବାର କାର୍ଯ୍ୟକ୍ରମ ରହିଛି । ତା’ପୂର୍ବରୁ ଅଗଷ୍ଟ ୨୧ତାରିଖରେ ଅନୁସୂଚିତ ଜାତି,ଜନଜାତି ଓ ପଛୁଆବର୍ଗ ବିଭାଗର ଖର୍ଚ୍ଚ ଦାବି ଉପରେ ଆଲୋଚନା ହେବ । ୨୨ରେ ରାଜସ୍ୱ ଓ ବିପର୍ଯ୍ୟୟ, ୨୩ରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ,ସମବାୟ ବିଭାଗ, ୨୭ରେ ମହିଳା ଓ ଶିଶୁବିକାଶ, ମିଶନଶକ୍ତି ଓ ପର୍ଯ୍ୟଟନ, ୨୮ରେ ଜଳସମ୍ପଦ, ୨୯ରେ ସ୍କୁଲ ଓ ଗଣଶିକ୍ଷା,ଉଚ୍ଚଶିକ୍ଷା, ୩୦ରେ ଶିଳ୍ପ ଓ ଏମଏସଏମଇ ବିଭାଗ, ୩୧ରେ ଗୃହ, ସାଧାରଣ ପ୍ରଶାସନ ବିଭାଗର ଖର୍ଚ୍ଚ ଦାବି ଉପରେ ଗୃହରେ ଆଲୋଚନା ହେବା ପାଇଁ କାର୍ଯ୍ୟ ପରାମର୍ଶଦାତା କମିଟିରେ ନିଷ୍ପତ୍ତି ନିଆଯାଇଛି । ପୋଲାଭରମ, ଭତ୍ତା, ରାଜ୍ୟପାଳଙ୍କ ପୁଅଙ୍କ ମାଡ ପ୍ରସଙ୍ଗ, ଭୂତ ରାସନ କାର୍ଡ ସହ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଗୃହରେ ଉଠିପାରେ।

Leave a Reply

Your email address will not be published. Required fields are marked *