Pratidin TV

Odisha's Digital News Platform

ଓଡିଶାବାସୀଙ୍କୁ ଉପହାର ଦେଲେ ମୋଦୀ , ଗଡିଲା ତୃତୀୟ ବନ୍ଦେଭାରତ ଏକ୍ସପ୍ରେସ…

1 min read

ଓଡିଶା ବାସୀଙ୍କୁ ଉପହାର ଦେଲେ ନରେନ୍ଦ୍ର ମୋଦୀ । ଗଡିଲା ତୃତୀୟ ବନ୍ଦେଭାରତ ଏକ୍ସପ୍ରେସ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍‌କୁ ଓଡ଼ିଶାବାସୀଙ୍କ ପାଇଁ ଉତ୍ସର୍ଗ କରିଛନ୍ତି । ଆଜି ନରେନ୍ଦ୍ର ମୋଦୀ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଏହି ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଭୁବନେଶ୍ୱର-ବିଶାଖାପାଟଣା ମଧ୍ୟରେ ଚାଲିବ । ଏହି ଟ୍ରେନ ଖୋର୍ଦ୍ଧା ରୋଡ, ବ୍ରହ୍ମପୁର, ପଲାସା, ଶ୍ରୀକାକୁଲମ ରୋଡ ଏବଂ ବିଜ଼ୟନଗରମ୍ଠାରେ ରହିବ ଏବଂ ଶନିବାର ବ୍ୟତୀତ ସପ୍ତାହରେ ୬ଦିନ ଚାଲିବ ।

ବନ୍ଦେ ଭାରତ ଏକ୍ସପ୍ରେସ ସହ ଏକ୍ସପ୍ରେସ ସହ ୨୭୪ଟି ରେଳ ପ୍ରକଳ୍ପର ଭିତ୍ତିିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ । ରେଳବାଇ ଭିତ୍ତିଭୂମିର ଅଭିବୃଦ୍ଧି ଓ ଭାରତୀୟ ରେଳ ସଂଯୋଗୀକରଣ ପ୍ରକ୍ରିୟାର ବୃଦ୍ଧି କରିବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ସାରା ଦେଶରେ ୨୭୪ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଲୋକାର୍ପଣ କରିଛନ୍ତି । ୮୫ ହଜାର କୋଟି ଟଙ୍କାର ୬ ହଜାର ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ । ଏହା ସହ ୧୦ଟି ବନ୍ଦେ ଭାରତ ଟ୍ରେନର ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ।

Leave a Reply

Your email address will not be published. Required fields are marked *