ପ୍ରଚଣ୍ଡ ତାତିରୁ ମିଳିବ ଆଶ୍ୱସ୍ତି , ଓଡିଶାରେ ୫ ଦିନ ଯାଏଁ ତାଣ୍ଡବ ରଚିବ କାଳବୈଶାଖୀ ।
1 min readଓଡିଶାରେ ତାଣ୍ଡବ ରଚିବ କାଳବୈଶାଖୀ , ପ୍ରଚଣ୍ଡ ତାତିରୁ ମିଳିବ ଆସ୍ୱସ୍ତି । ଆଗାମୀ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ ବିଭାଗ । ମୁଣ୍ଡ ଫଟା ଖରା ଭିତରେ ହଠାତ୍ କାଳ ବୈଶାଖୀ ବର୍ଷା ଲୋକଙ୍କୁ କିଛିଟା ଆଶ୍ୱସ୍ତି ଦେବ । ଏନେଇ ୩ ରୁ ୫ ଡିଗ୍ରୀ ଯାଏଁ ତାପମାତ୍ରା କମିବ ।
ସେହିପରି ଅନ୍ୟ ଏକ X ପୋଷ୍ଟରେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଆଗାମୀ ୨୪ ଘଣ୍ଟାରେ ଉପକୂଳ ସମେତ କିଛି ପାଶ୍ୱବର୍ତ୍ତୀ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ସେହିପରି ୭ ଏବଂ ୮ ତାରିଖରେ କାଳବୈଶାଖୀ ପ୍ରଭାବ ଅଧିକ ରହିବ। ଏଥିଲାଗି ୬ରୁ ୮ ତାରିଖ ମଧ୍ୟରେ ସମୁଦ୍ରକୁ ନଯିବା ଲାଗି ମତ୍ସ୍ୟଜୀବୀଙ୍କୁ ସତର୍କ ସୂଚନା ଜାରି କରାଯାଇଛି। ୭ ତାରିଖରେ ଉତ୍ତର ଓଡ଼ିଶା ଏବଂ ଦକ୍ଷିଣ ଓଡ଼ିଶାରେ ଭାରୀ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଗତକାଲି ୨୬ ସହରର ତାପମାତ୍ରା ୪୦ ଡିଗ୍ରୀ ସେଲ୍ସିୟସ ଅତିକ୍ରମ କରିଥିଲା। ୪୪.୬ ଡିଗ୍ରୀ ସହିତ ବୌଦ୍ଧ ପାଲଟିଥିଲା ରାଜ୍ୟର ସବୁଠୁ ଉତ୍ତପ୍ତ ସହର।