ସେୟାର ବଜାରରେ ନିର୍ଵାଚନୀ ପ୍ରଭାବ , କାରବାର ଆରମ୍ଭରୁ ଖସିଲା ସେନସେକ୍ସ ଓ ନିଫ୍ଟ…
1 min readଭୁଶୁଡିଲା ଭାରତୀୟ ସେୟାର ମାର୍କେଟ। ସେନସେକ୍ସ ୧୧୦୦ ପଏଣ୍ଟରୁ ଅଧିକ ଖସିଥିବା ବେଳେ ନିଫ୍ଟି ୪୦୦ ପଏଣ୍ଟ ଖସିଛି । ଆଜି ସକାଳେ ମାର୍କେଟ ଖୋଲୁ ଖୋଲୁ ଏପରି ପରିସ୍ଥିତି ଦେଖିବାକୁ ମିଳିଥିଲା। ମାର୍କେଟରୁ ବିଦେଶୀ ନିବେଶକାରୀମାନେ ପୁଞ୍ଜି ପ୍ରତ୍ୟାହାର କରି ନେଉଥିବାରୁ ମାର୍କେଟ କ୍ରାସ୍ କରିଥିବା କୁହାଯାଉଛି। କେବଳ ଅକ୍ଟୋବରରେ ବିଦେଶୀ ନିବେଶକାରୀ ୧ ଲକ୍ଷ ୧୩ ହଜାର ୮୫୮ କୋଟି ଟଙ୍କା ପ୍ରତ୍ୟାହାର କରି ନେଇଛନ୍ତି।
ଆଗକୁ ମାର୍କେଟର ସ୍ଥିତି କଣ ହେବ, ତାକୁ ନେଇ ଅନିଶ୍ଚିତତା ଦେଖାଦେଇଛି। ତା ସହିତ ହାଇ ଭ୍ୟାଲୁଏସନ୍ ଓ ରିଟର୍ଣ୍ଣ କମ୍ ହେବାର ଆଶଙ୍କା ଦେଖା ଦେଇଛି। ଏହି କାରଣରୁ ବିଦେଶୀ ନିବେଶକାରୀ ନିଜର ପୁଞ୍ଜି ପ୍ରତ୍ୟାହାର କରିନେଇଥିବା କୁହାଯାଉଛି। ଏଥିପାଇଁ କିଛି ଦିନ ଭିତରେ ସର୍ବୋଚ୍ଚସ୍ତରରୁ ୮ ପ୍ରତିଶତ ଖସିଛି ମାର୍କେଟ। ଆଗକୁ ମଧ୍ୟ ପ୍ରମୁଖ କମ୍ପାନିଗୁଡ଼ିକ ଭଲ ଲାଭ କରିନପାରନ୍ତି ବୋଲି ଆଶଙ୍କା କରାଯାଉଛି। ତେଣୁ ଭାରତର ମାର୍କେଟରୁ ବିଦେଶୀ ନିବେଶକାରୀ ନିଜର ଅର୍ଥ କାଢ଼ି ନେଉଛନ୍ତି।
ତାସହିତ ଆମେରିକାର ରାଷ୍ଟ୍ରପତି ନିର୍ବାଚନର ଫଳାଫଳକୁ ନେଇ ବି ଅନିଶ୍ଚିତତା ଅଛି। କିଏ ଜିତିବ, କହି ହେଉନାହିଁ। ଟ୍ରମ୍ପ ଜିତିଲେ କିଛି ଦିନ ମାର୍କେଟ ଉପରକୁ ଉଠିପାରେ, ତା ପରେ ଖସିବ। ସେହିପରି କମଳା ହାରିସ୍ ଜିତିଲେ ମାର୍କେଟରେ ଏହାର ଭଲ ପ୍ରଭାବ ପଡ଼ିବ ନାହିଁ ବୋଲି କୁହାଯାଉଛି। ଏସବୁର କାରଣରରୁ ଭାରତୀୟ ମାର୍କେଟ କ୍ରାସ୍ ହୋଇଛି ।