Pratidin TV

Odisha's Digital News Platform

ଆଜି ଗାନ୍ଧୀ, ଶାସ୍ତ୍ରୀ ଜୟନ୍ତୀ: ମନେପକାଇ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି ଦେଶବାସୀ

1 min read

ଆଜି ଅକ୍ଟୋବର ଦୁଇ, ଜାତିର ପିତା ମହାତ୍ମା ଗାନ୍ଧୀ ଓ ଦେଶର ପୂର୍ବତନ ଯଶଶ୍ୱୀ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କର ଜନ୍ମ ବାର୍ଷିକୀ। ଏଥିପାଇଁ ସାରା ବିଶ୍ୱ ମହାତ୍ମାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି।  ବାପୁଙ୍କୁ ମନେ ପକାଇ ଆଜି ସାରା ଦେଶରେ
ଆୟୋଜନ ହୋଇଛି ବିଭିନ୍ନ କାର୍ଯ୍ୟକ୍ରମ। ଦିଲ୍ଲୀ ରାଜଘାଟ ସ୍ଥିତ ବାପୁ ସ୍ମୃତି ପୀଠରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ବ୍ୟକ୍ତି ବିଶେଷ ଶ୍ରଦ୍ଧାଞ୍ଜଳି ଜଣାଇବେ।

ଆଜି ଜାତିର ପିତା ମହାତ୍ମାଗାନ୍ଧୀଙ୍କ ଜୟନ୍ତୀ । ଅକ୍ଟୋବର ୨ ତାରିଖ ୧୮୬୯ ମସିହାରେ ଗୁଜୁରାଟର ପୋରବନ୍ଦରରେ ଜନ୍ମଗ୍ରହଣ କରିଥିଲେ ବାପୁ । ଦେଶକୁ ଇଂରେଜ ଶାସନରୁ ମୁକ୍ତ କରିଥିବା ମହାନ ଯୁଗପୁରୁଷ ହେଉଛନ୍ତି ମହାତ୍ମା ଗାନ୍ଧୀ । ଅହିଂସା ଉପାୟରେ ଦେଶରୁ ଇଂରେଜ ସରକାରଙ୍କୁ ତଡ଼ି ସ୍ବାଧୀନତା ଆଣିଥିବା ମହାନ ପୁରୁଷ ହେଉଛନ୍ତି ଜାତିର ଜନକ ମହାତ୍ମା ଗାନ୍ଧୀ । ତାଙ୍କ ନେତୃତ୍ୱରେ ହିଁ ଦେଶ ଇଂରେଜମାନଙ୍କ କବଳରୁ ମୁକ୍ତ ହୋଇପାରିଥିଲା ।

Advertisement

ସେହିପରି ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀ ଅକ୍ଟୋବର ୨ତାରିଖ ୧୯୦୪ ମସିହାରେ ଜନ୍ମଗ୍ରହଣ କରିଥିଲେ । ଶାସ୍ତ୍ରୀଜୀ ଦେଶର ପ୍ରଧାନମନ୍ତ୍ରୀ ଥିବା ସମୟରେ ପାକିସ୍ତାନ ସହ ଯୁଦ୍ଧଲଢ଼ି ନିଜର ପରାକ୍ରମ ଦେଖାଇପାରିଥିଲା ଭାରତ । ଏହି ଦୁଇ ମହାପୁରୁଷଙ୍କୁ ଜନ୍ମ ଜୟନ୍ତୀରେ ମନେପକାଇ ଶ୍ରଦ୍ଧାଞ୍ଜଳି ଜଣାଉଛି ଭାରତ ।

Leave a Reply

Your email address will not be published. Required fields are marked *