Pratidin TV

Odisha's Digital News Platform

ଶପଥ ନେବା ପୂର୍ବରୁ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କଲେ ଓଡିଶାର ନୂଆ ରାଜ୍ୟପାଳ..

1 min read

ଭୁବନେଶ୍ୱର : ଆଜି ଶପଥ ନେବେ ଓଡିଶାର ରାଜ୍ୟପାଳ। ରାଜ୍ୟର ୨୬ତମ ରାଜ୍ୟପାଳ ହେବେ ରଘୁବର ଦାସ । ତେବେ ତାପୂର୍ବରୁ ଆଜି ସକାଳେ ୧୦ଟାରେ ଲିଙ୍ଗରାଜଙ୍କ ଦର୍ଶନ ପରେ ରାଜ୍ୟପାଳ ଶପଥ ନେବେ। ଗତକାଲି ପୁରୀ ଯାଇ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି । ଦିନ ୧୧ଟା ୪୫ରେ ନୂଆ ରାଜ୍ୟପାଳଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ । ନୂଆ ରାଜ୍ୟପାଳଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇବେ ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ ବିଦ୍ୟୁତ ରଂଜନ ଷଡଙ୍ଗୀ । ଗତକାଲି ଭୁବନେଶ୍ୱର ରାଜଭବନ ଆସି ପହଞ୍ଚିଥିଲେ ରଘୁବର ଦାସ । ରାଜ୍ୟପାଳଙ୍କ ସମେତ ୧୦୦ରୁ ଅଧିକ ଅତିଥି ରାଜଭବନ ଆସିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବାଚସ୍ପତି ପ୍ରମିଳା ମଲ୍ଲିକ ରାଜ୍ୟପାଳଙ୍କୁ ସ୍ୱାଗତ କରିଥିଲେ । ରାଜଭବନରେ ସମସ୍ତଙ୍କୁ ଗାର୍ଡଅଫଅନର ପ୍ରଦାନ କରାଯାଇଥିଲା । ରଘୁବର ଦାସ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ । ସେ ୫ଥର ଝାଡ଼ଖଣ୍ଡ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।

ଅଧିକ ପଢନ୍ତୁ , ଓଡିଶାରେ ନୂଆ ରାଜ୍ୟପାଳ, ରାଜଭବନରେ ଫୁଲତୋଡା ଦେଇ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ.. କାଲି ନେବେ ଶପଥ

Advertisement

ଝାଡ଼ଖଣ୍ଡର ଉପମୁଖ୍ୟମନ୍ତ୍ରୀ ଓ ପରବର୍ତ୍ତୀ ସମୟରେ ମୁଖ୍ୟମନ୍ତ୍ରୀ ଭାବରେ ଅବସ୍ଥାପିତ ହୋଇଥିଲେ । ୧୯୫୫ ମେ ୩ ତାରିଖରେ ଜନ୍ମ ଗ୍ରହଣ କରିଥିବା ରଘୁବର ଭାଲୁବସା ହରିଜନ ହାଇସ୍କୁଲର ମ୍ୟାଟ୍ରିକ ଓ ଜାମସେଦପୁର କୋ-ଅପରେଟିଭ୍ କଲେଜରୁ ସ୍ନାତକ ଶିକ୍ଷା ଶେଷ କରିଥିଲେ ।୨୦୦୪ରେ ଝାଡ଼ଖଣ୍ଡ ରାଜ୍ୟ ବିଜେପିର ସଭାପତି ରୂପେ ଅବସ୍ଥାପିତ ହୋଇଥିଲେ । ୨୦୦୫ରେ ଅର୍ଜୁନ ମୁଣ୍ଡାଙ୍କ ନେତୃତ୍ୱାଧୀନ ଝାଡ଼ଖଣ୍ଡ ବିଜେପି ସରକାରରେ ସେ ସହରାଞ୍ଚଳ ବିକାଶ ମନ୍ତ୍ରୀ ରୂପେ ନିଯୁକ୍ତି ପାଇଥିଲେ । ୨୦୦୯ରେ ସେ ଶିବୁ ସୋରେନଙ୍କ ସରକାରରେ ଉପମୁଖ୍ୟମନ୍ତ୍ରୀ ପଦରେ ଅବସ୍ଥାପିତ ହୋଇଥିଲେ । ୨୦୧୪ରେ ସେ ବିଜେପି ଜାତୀୟ କମିଟିରେ ସ୍ଥାନ ପାଇଥିଲେ ଓ ତାଙ୍କୁ ଦଳର ରାଷ୍ଟ୍ରୀୟ ଉପସଭାପତି ପଦ ମିଳିଥିଲା । ମାତ୍ର ରାଜ୍ୟରେ ସେହିବର୍ଷ ବିଜେପି ସଂଖ୍ୟା ଗରିଷ୍ଠତା ହାସଲ କରିବା ପରେ ଝାଡ଼ଖଣ୍ଡର ପ୍ରଥମ ଅଣ ଆଦିବାସୀ ମୁଖ୍ୟମନ୍ତ୍ରୀ ଭାବରେ ରଘୁବର ଦାସ ଅଧିଷ୍ଠିତ ହୋଇଥିଲେ । ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଥିଲେ ରଘୁବର ଦାସ ।

Leave a Reply

Your email address will not be published. Required fields are marked *