Pratidin TV

Odisha's Digital News Platform

ଆଜି ରଥ ଉପରେ ମହପ୍ରଭୁଙ୍କ ଅଧରାପଣା ନୀତି

ଶେଷ ହୋଇଛି ଶ୍ରୀଜିଉଙ୍କ ସୁନାବେଶ । ପରମ୍ପରା ଅନୁଯାୟୀ, ଆଜି ରଥ ଉପରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅଧରପଣା ନୀତି ହେବ । ମଧ୍ୟାହ୍ନ ଧୂପ ଶେଷ ହେବାପରେ ଓ ସନ୍ଧ୍ୟା ଆଳତି ପୂର୍ବରୁ ଏହି ନୀତି ଅନୁଷ୍ଠିତ ହୋଇଥାଏ । ପ୍ରତି ରଥରେ ଶ୍ରୀଜୀଉମାନଙ୍କ ଅଧର ଉଚ୍ଚର ହାଣ୍ଡିରେ ପଣା ପ୍ରସ୍ତୁତ ହୁଏ। ସିଂହଦ୍ୱାର ସମ୍ମୁଖ ଛାଉଣୀ ମଠ କୂଅ ପାଣିରେ ପଣା ପ୍ରସ୍ତୁତ ହେବ । ଛାଚି, ସର, କଦଳୀ, ଛେନା, ଗୋଲମରିଚ, କର୍ପୂର ଓ ଜାଇଫଳ ପଡି ଏହି ଅଧର ପଣାକୁ ପ୍ରସ୍ତୁତ କରାଯାଏ।

୩ ରଥରେ ଲାଗିବ ମୋଟ ୯ ହାଣ୍ଡି ଅଧରପଣା ଭୋଗ | ତେବେ ସ୍ୱତନ୍ତ୍ର ଭାବରେ ହୋଇଥିବା ଅଧରହାଣ୍ଡିରେ ଏହି ପଣା ପ୍ରଭୁଙ୍କୁ ସମର୍ପଣ କରଯାଇଥାଏ | ରାଘବ ଦାସ ମଠ ଓ ବଡ ଓଡିଆ ମଠ ପକ୍ଷରୁ ଏହି ଅଧର ପଣା ଆସିଥାଏ । ଏହି ୯ ହାଣ୍ଡି ପଣାକୁ ପୂଜାପଣ୍ଡା ସେବକମାନେ ପଞ୍ଚୋପଚାର ପଦ୍ଧତିରେ ଶ୍ରୀବିଗ୍ରହମାନଙ୍କୁ ଅର୍ପଣ କରିଥାନ୍ତି। ଭୋଗ ହେବା ପରେ ପଣା ଥିବା ହାଣ୍ଡିଗୁଡ଼ିକୁ ରଥ ଉପରେ ଭାଙ୍ଗି ଦିଆଯାଏ । ପଣା ହାଣ୍ଡି ଭାଙ୍ଗିଲେ ପଣା ସବୁ ରଥ ତଳକୁ ବୋହିଯାଏ। ତାହାକୁ ଅନ୍ୟ ଦେବାଦେବୀ, ଭୂତପ୍ରେତ ପାଇଥାନ୍ତି ବୋଲି ଏପରି ବିଧି ରହିଥାଏ ।

Leave a Reply

Your email address will not be published. Required fields are marked *