ଆଜି କମିଲା ସୁନା ଦର, ଜାଣନ୍ତୁ କେତେ ରହିଛି ଦାମ…
1 min readଭୂବନେଶ୍ୱର: ସୁନା ଦରରେ ଆସିଲା କିଛିଟା ପରିବର୍ତ୍ତନ । ସୁନା କିଣିବାକୁ ଚାହୁଁଥିଲେ ନଜର ପକାନ୍ତୁ ଆଜିର ଦର ଉପରେ । କାରଣ ଗତକାଲି ଅପେକ୍ଷା ଆଜି ଦର ସମାନ୍ୟ ହ୍ରାସ ପରିଲକ୍ଷିତ ହୋଇଛି । ପରବର୍ତ୍ତୀ ସମୟରେ ଏହାର ମୁଲ୍ୟ ଆହୁରୀ ବୃଦ୍ଧି ପାଇବ ବୋଲି ଆଶଙ୍କା କରାଯାଉଛି । ତେବେ ଆଜି ଆପଣ ଯଦି ସୁନା କିଣିବା ପାଇଁ ଚାହୁଁଛନ୍ତି ତେବେ ଆଉ ଡେରି ନ କରି ଯଥା ଶୀଘ୍ର ପାଖ ସହର ବା ବଜାରରୁ ସୁନା ଗହଣା କିଣି ଆଣନ୍ତୁ । ଆସନ୍ତୁ ଜାଣିବା କେଉଁଆଡେ କେତେ ମୁଲ୍ୟ ରହିଛି । ଆମେ ପ୍ରଥମେ ଜାଣିବା ରାଜଧାନୀ ଭୂବନେଶ୍ୱରରେ ସୁନା ଗ୍ରାମ ପ୍ରତି ମୂଲ୍ୟ କେତେ ରହିଛି ।
ତେବେ ଭୂବନେଶ୍ୱରରେ ଦେଖିବାକୁ ଗଲେ ୨୨ କ୍ୟାରେଟ ସୁନା ମୂଲ୍ୟ ଗ୍ରାମପ୍ରତି ୫,୮୫୦ ଟଙ୍କା ମୂଲ୍ୟ ରହିଥିବା ବେଳେ ୧୦ ଗ୍ରାମ ପ୍ରତି ୫୮,୫୦୦ ଟଙ୍କା ରହିଛି । ସେହିପରି ୨୪ କ୍ୟାରେଟ ସୁନା ମୂଲ୍ୟ କଥା କହିଲେ ଏହାର ଗ୍ରାମ ପ୍ରତି ୬,୩୮୨ ଟଙ୍କା ରହିଥିବା ବେଳେ ୧୦ ଗ୍ରାମପ୍ରତି ମୁଲ୍ୟ ରହିଛି ୬୩,୮୨୦ ଟଙ୍କା । ତେବେ ଆମେ ଯଦି କଟକରେ ସୁନା ମୁଲ୍ୟ ଦେଖିବାକୁ ଯିବା ତେବେ ୨୨ କ୍ୟାରେଟ ସୁନା ଗ୍ରାମ ପ୍ରତି ୫,୮୫୦ ଟଙ୍କା ଓ ୧୦ ଗ୍ରାମପ୍ରତି ୫୮,୫୦୦ ଟଙ୍କା ମୁଲ୍ୟ ରହିଛି । ଆଉ ୨୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ଗ୍ରାମପ୍ରତି ୬,୩୮୨ ଟଙ୍କା ରହିଥିବା ବେଳେ ୧୦ ଗ୍ରାମ ୬୩,୮୨୦ ଟଙ୍କା ମୂଲ୍ୟ ରହିଛି ।
ଏହା ବ୍ୟତୀତ ଦେଶର ପ୍ରମୁଖ ସହର ଗୁଡିକରେ ସୁନା ମୁଲ୍ୟ ଦେଖିବାକୁ ଗଲେ ନୁଆଦିଲ୍ଲୀରେ ୨୨ କ୍ୟାରେଟ ସୁନାମୁଲ୍ୟ ୧୦ ଗ୍ରାମ ପ୍ରତି ୫୮,୬୫୦ ଟଙ୍କା ଏବ ୨୪ କ୍ୟାରେଟ ସୁନା ମୁଲ୍ୟ ୧୦ ଗ୍ରାମ ପ୍ରତି ୬୩,୯୭୦ ଟଙ୍କା ରହିଛି । ସେହିପରି ମୁମ୍ବାଇରେ ୨୨କ୍ୟାରେଟ ସୁନା ମୁଲ୍ୟ ୧୦ ଗ୍ରାମ ପ୍ରତି ୫୮,୫୦୦ ଟଙ୍କା ଓ ୨୪ କ୍ୟାରେଟ ସୁନା ମୁଲ୍ୟ ୬୩,୮୨୦ ଟଙ୍କା ରହିଛି । ଏହାସହ କୋଲକାତା ସହରରେ ୨୨ କ୍ୟାରେଟ ସୁନା ୫୮,୫୦୦ ଏବଂ ୨୪ କ୍ୟାରେଟ ସୁନାମୁଲ୍ୟ ୬୩,୮୨୦ ଟଙ୍କା ରହିଛି ।