Pratidin TV

Odisha's Digital News Platform

ଆଜି ପୁଣି ବଢିଲା ସୁନାଦର,କିଣିବା ପୂର୍ବରୁ ପକାନ୍ତୁ ନଜର…

ଭୂବନେଶ୍ୱର: ଗତକିଛି ଦିନ ମଧ୍ୟରେ ସୁନାଦର କ୍ରମାଗତ ଭାବେ ହ୍ରାସ ପାଇଥିବା ବେଳେ ଆଜି ସୁନା ମୁଲ୍ୟ ବୃଦ୍ଧି ପାଇଛି । ଗତକାଲିର ସୁନାମୁଲ୍ୟ ଠାରୁ ଆଜି ଦର ପରିବର୍ତ୍ତନ ପରିଲକ୍ଷିତ ହୋଇଛି । ଅର୍ଥାତ କାଲିର ସୁନା ଦରରେ ଆଜି ସାମାନ୍ୟ ବୃଦ୍ଧି ଘଟିଛି । ପରବର୍ତ୍ତୀ ସମୟରେ ଏହା ମୁଲ୍ୟ ଆହୁରୀ ବୃଦ୍ଧି ପାଇବ ବୋଲି ଆଶଙ୍କା କରାଯାଉଛି । ତେବେ ଖୁବଶୀଘ୍ର ଆପଣ କିଣି ନିଅନ୍ତୁ ଗହଣା । ତେବେ ଆଜି ଆପଣ ଯଦି ସୁନା କିଣିବା ପାଇଁ ଚାହୁଁଛନ୍ତି ତେବେ ଆଉ ଡେରି ନ କରି ଯଥା ଶୀଘ୍ର ପାଖ ସହର ବା ବଜାରରୁ ସୁନା ଗହଣା କିଣି ଆଣନ୍ତୁ । ଆସନ୍ତୁ ଜାଣିବା କେଉଁଆଡେ କେତେ ମୁଲ୍ୟ ରହିଛି ।


ଆମେ ପ୍ରଥମେ ଜାଣିବା ରାଜଧାନୀ ଭୂବନେଶ୍ୱରରେ ସୁନା ଗ୍ରାମ ପ୍ରତି ମୂଲ୍ୟ କେତେ ରହିଛି । ତେବେ ଭୂବନେଶ୍ୱରରେ ଦେଖିବାକୁ ଗଲେ ୨୨ କ୍ୟାରେଟ ସୁନା ମୂଲ୍ୟ ଗ୍ରାମ ପ୍ରତି ୫.୬୬୦ ଟଙ୍କା ମୂଲ୍ୟ ରହ୍ୟିଥିବା ବେଳେ ୧୦ ଗ୍ରାମ ପ୍ରତି ୫୬.୬୦୦ ଟଙ୍କା ରହିଛି । ସେହିପରି ୨୪ କ୍ୟାରେଟ ସୁନା ମୂଲ୍ୟ କଥା କହିଲେ ଏହାର ଗ୍ରାମ ପ୍ରତି ୬.୧୭୫ ଟଙ୍କା ରହିଥିବା ବେଳେ ୧୦ ଗ୍ରାମପ୍ରତି ମୁଲ୍ୟ ରହିଛି ୬୧.୭୫୦ ଟଙ୍କା । ତେବେ ଆମେ ଯଦି କଟକରେ ସୁନା ମୁଲ୍ୟ ଦେଖିବାକୁ ଯିବା ତେବେ ୨୨ କ୍ୟାରେଟ ସୁନା ଗ୍ରାମ ପ୍ରତି ୫.୬୬୦ ଟଙ୍କା ଓ ୧୦ ଗ୍ରାମପ୍ରତି ୫୬.୬୦୦ ଟଙ୍କା ମୁଲ୍ୟ ରହିଛି । ଆଉ ୨୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ଗ୍ରାମପ୍ରତି ୬.୧୭୫ ଟଙ୍କା ରହିଥିବା ବେଳେ ୧୦ ଗ୍ରାମ ପ୍ରତି ୬୧.୭୫୦ ଟଙ୍କା ମୂଲ୍ୟ ରହିଛି ।


ଏହା ବ୍ୟତୀତ ଦେଶର ପ୍ରମୁଖ ସହର ଗୁଡିକରେ ସୁନା ମୁଲ୍ୟ କୁ ଦେଖିବାକୁ ଗଲେ ନୁଆଦିଲ୍ଲୀରେ ୨୨ କ୍ୟାରେଟ ସୁନାମୁଲ୍ୟ ୧୦ ଗ୍ରାମ ପ୍ରତି ୫୬,୭୫୦ ଟଙ୍କା ଏବ ୨୪ କ୍ୟାରେଟ ସୁନା ମୁଲ୍ୟ ୧୦ ଗ୍ରାମ ପ୍ରତି ୬୧,୯୦୦ ଟଙ୍କା ରହିଛି । ସେହିପରି ମୁମ୍ବାଇରେ ୨୨କ୍ୟାରେଟ ସୁନା ମୁଲ୍ୟ ୧୦ ଗ୍ରାମ ପ୍ରତି ୫୬,୬୦୦ ଟଙ୍କା ଓ ୨୪ କ୍ୟାରେଟ ସୁନା ମୁଲ୍ୟ ୬୧,୭୫୦ ଟଙ୍କା ରହିଛି । ଏହାସହ କୋଲକାତା ସହରରେ ୨୨ କ୍ୟାରେଟ ସୁନା ୫୬,୬୦୦ ଏବଂ ୨୪ କ୍ୟାରେଟ ସୁନାମୁଲ୍ୟ ୬୧,୭୫୦ ଟଙ୍କା ରହିଛି ।

Leave a Reply

Your email address will not be published. Required fields are marked *