Pratidin TV

Odisha's Digital News Platform

ଗତକାଲିର ସୁନାଦର ଆଜି ଅପରିବର୍ତ୍ତିତ ରହିଛି,କିଣିବା ପୂର୍ବରୁ ପକାନ୍ତୁ ନଜର…

ଭୂବନେଶ୍ୱର: ଗତକାଲି ଶନିବାରରେ ସୁନାଦର ହ୍ରାସ ପାଇଥିବା ବେଳେ ଆଜି ଦର ସମାନ ରହିଛି । ଅର୍ଥାତ ଦରରେ ପରିବର୍ତ୍ତନ ହୋଇନାହିଁ । ହେଲେ ଦିନକୁ ଦିନ ବଢ଼ିବାରେ ଲାଗିଛି ସୁନା ଦର । ପରବର୍ତ୍ତୀ ସମୟରେ ଏହାର ମୁଲ୍ୟ ଆହୁରୀ ବୃଦ୍ଧି ପାଇବ ବୋଲି ଆଶଙ୍କା କରାଯାଉଛି । ତେବେ ଆଜି ଆପଣ ଯଦି ସୁନା କିଣିବା ପାଇଁ ଚାହୁଁଛନ୍ତି ତେବେ ଆଉ ଡେରି ନ କରି ଯଥା ଶୀଘ୍ର ପାଖ ସହର ବା ବଜାରରୁ ସୁନା ଗହଣା କିଣି ଆଣନ୍ତୁ । ଆସନ୍ତୁ ଜାଣିବା କେଉଁଆଡେ କେତେ ମୁଲ୍ୟ ରହିଛି । ଆମେ ପ୍ରଥମେ ଜାଣିବା ରାଜଧାନୀ ଭୂବନେଶ୍ୱରରେ ସୁନା ଗ୍ରାମ ପ୍ରତି ମୂଲ୍ୟ କେତେ ରହିଛି ।

ତେବେ ଭୂବନେଶ୍ୱରରେ ଦେଖିବାକୁ ଗଲେ ୨୨ କ୍ୟାରେଟ ସୁନା ମୂଲ୍ୟ ଗ୍ରାମ ପ୍ରତି ୫.୬୫୦ ଟଙ୍କା ମୂଲ୍ୟ ରହ୍ୟିଥିବା ବେଳେ ୧୦ ଗ୍ରାମ ପ୍ରତି ୫୬.୫୦୦ ଟଙ୍କା ରହିଛି । ସେହିପରି ୨୪ କ୍ୟାରେଟ ସୁନା ମୂଲ୍ୟ କଥା କହିଲେ ଏହାର ଗ୍ରାମ ପ୍ରତି ୬.୧୬୪ ଟଙ୍କା ରହିଥିବା ବେଳେ ୧୦ ଗ୍ରାମପ୍ରତି ମୁଲ୍ୟ ରହିଛି ୬୧.୬୪୦ ଟଙ୍କା । ତେବେ ଆମେ ଯଦି କଟକରେ ସୁନା ମୁଲ୍ୟ ଦେଖିବାକୁ ଯିବା ତେବେ ୨୨ କ୍ୟାରେଟ ସୁନା ଗ୍ରାମ ପ୍ରତି ୫.୬୫୦ ଟଙ୍କା ଓ ୧୦ ଗ୍ରାମପ୍ରତି ୫୬.୫୦୦ ଟଙ୍କା ମୁଲ୍ୟ ରହିଛି । ଆଉ ୨୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ଗ୍ରାମପ୍ରତି ୬.୧୬୪ ଟଙ୍କା ରହିଥିବା ବେଳେ ୧୦ ଗ୍ରାମ ପ୍ରତି ୬୧.୬୪୦ ଟଙ୍କା ମୂଲ୍ୟ ରହିଛି ।

ଏହା ବ୍ୟତୀତ ଦେଶର ପ୍ରମୁଖ ସହର ଗୁଡିକରେ ସୁନା ମୁଲ୍ୟ କୁ ଦେଖିବାକୁ ଗଲେ ନୁଆଦିଲ୍ଲୀରେ ୨୨ କ୍ୟାରେଟ ସୁନାମୁଲ୍ୟ ୧୦ ଗ୍ରାମ ପ୍ରତି ୫୬,୬୫୦ ଟଙ୍କା ଏବ ୨୪ କ୍ୟାରେଟ ସୁନା ମୁଲ୍ୟ ୧୦ ଗ୍ରାମ ପ୍ରତି ୬୧,୭୯୦ ଟଙ୍କା ରହିଛି । ସେହିପରି ମୁମ୍ବାଇରେ ୨୨କ୍ୟାରେଟ ସୁନା ମୁଲ୍ୟ ୧୦ ଗ୍ରାମ ପ୍ରତି ୫୬,୫୦୦ ଟଙ୍କା ଓ ୨୪ କ୍ୟାରେଟ ସୁନା ମୁଲ୍ୟ ୬୧,୬୪୦ ଟଙ୍କା ରହିଛି । ଏହାସହ କୋଲକାତା ସହରରେ ୨୨ କ୍ୟାରେଟ ସୁନା ୫୬,୫୦୦ ଏବଂ ୨୪ କ୍ୟାରେଟ ସୁନାମୁଲ୍ୟ ୬୧,୬୪୦ ଟଙ୍କା ରହିଛି ।

Leave a Reply

Your email address will not be published. Required fields are marked *