ଧନତେରସ ପରେ ମଧ୍ୟ ସୁନାଦର ହ୍ରାସ, କିଣିବା ପୂର୍ବରୁ ପକାନ୍ତୁ ନଜର…
1 min readଭୂବନେଶ୍ୱର: ଗତକାଲି ଧନତେରସରେ ସୁନାମୂଲ୍ୟ କମଥିଲା । ସେହିପରି ଆଜି ମଧ୍ୟ ଦର କମ ରହିଛି । ଅର୍ଥାତ ଗତକାଲିର ସୁନାମୂଲ୍ୟ ତୁଳନାରେ ଆଜି ଦର କମ ପରିଲକ୍ଷିତ ହୋଇଛି । ପରବର୍ତ୍ତୀ ସମୟରେ ଏହାର ମୁଲ୍ୟ ଆହୁରୀ ବୃଦ୍ଧି ପାଇବ ବୋଲି ଆଶଙ୍କା କରାଯାଉଛି । ତେବେ ଆଜି ଆପଣ ଯଦି ସୁନା କିଣିବା ପାଇଁ ଚାହୁଁଛନ୍ତି ତେବେ ଆଉ ଡେରି ନ କରି ଯଥା ଶୀଘ୍ର ପାଖ ସହର ବା ବଜାରରୁ ସୁନା ଗହଣା କିଣି ଆଣନ୍ତୁ । ଆସନ୍ତୁ ଜାଣିବା କେଉଁଆଡେ କେତେ ମୁଲ୍ୟ ରହିଛି । ଆମେ ପ୍ରଥମେ ଜାଣିବା ରାଜଧାନୀ ଭୂବନେଶ୍ୱରରେ ସୁନା ଗ୍ରାମ ପ୍ରତି ମୂଲ୍ୟ କେତେ ରହିଛି ।
ତେବେ ଭୂବନେଶ୍ୱରରେ ଦେଖିବାକୁ ଗଲେ ୨୨ କ୍ୟାରେଟ ସୁନା ମୂଲ୍ୟ ଗ୍ରାମପ୍ରତି ୫.୫୫୫ ଟଙ୍କା ମୂଲ୍ୟ ରହ୍ୟିଥିବା ବେଳେ ୧୦ ଗ୍ରାମ ପ୍ରତି ୫୫.୫୫୦ ଟଙ୍କା ରହିଛି । ସେହିପରି ୨୪ କ୍ୟାରେଟ ସୁନା ମୂଲ୍ୟ କଥା କହିଲେ ଏହାର ଗ୍ରାମ ପ୍ରତି ୬.୦୬୩ ଟଙ୍କା ରହିଥିବା ବେଳେ ୧୦ ଗ୍ରାମପ୍ରତି ମୁଲ୍ୟ ରହିଛି ୬୦.୩୬୦ ଟଙ୍କା । ତେବେ ଆମେ ଯଦି କଟକରେ ସୁନା ମୁଲ୍ୟ ଦେଖିବାକୁ ଯିବା ତେବେ ୨୨ କ୍ୟାରେଟ ସୁନା ଗ୍ରାମ ପ୍ରତି ୫.୫୫୫ ଟଙ୍କା ଓ ୧୦ ଗ୍ରାମପ୍ରତି ୫୫.୫୫୦ ଟଙ୍କା ମୁଲ୍ୟ ରହିଛି । ଆଉ ୨୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ଗ୍ରାମପ୍ରତି ୬.୦୬୩ ଟଙ୍କା ରହିଥିବା ବେଳେ ୧୦ ଗ୍ରାମ ପ୍ରତି ୬୦.୩୬୦ଟଙ୍କା ମୂଲ୍ୟ ରହିଛି ।
ଏହା ବ୍ୟତୀତ ଦେଶର ପ୍ରମୁଖ ସହର ଗୁଡିକରେ ସୁନା ମୁଲ୍ୟ କୁ ଦେଖିବାକୁ ଗଲେ ନୁଆଦିଲ୍ଲୀରେ ୨୨ କ୍ୟାରେଟ ସୁନାମୁଲ୍ୟ ୧୦ ଗ୍ରାମ ପ୍ରତି ୫୫,୭୦୦ ଟଙ୍କା ଏବ ୨୪ କ୍ୟାରେଟ ସୁନା ମୁଲ୍ୟ ୧୦ ଗ୍ରାମ ପ୍ରତି ୬୦,୭୫୦ ଟଙ୍କା ରହିଛି । ସେହିପରି ମୁମ୍ବାଇରେ ୨୨କ୍ୟାରେଟ ସୁନା ମୁଲ୍ୟ ୧୦ ଗ୍ରାମ ପ୍ରତି ୫୫,୫୫୦ ଟଙ୍କା ଓ ୨୪ କ୍ୟାରେଟ ସୁନା ମୁଲ୍ୟ ୬୦,୬୦୦ ଟଙ୍କା ରହିଛି । ଏହାସହ କୋଲକାତା ସହରରେ ୨୨ କ୍ୟାରେଟ ସୁନା ୫୫,୫୫୦ ଏବଂ ୨୪ କ୍ୟାରେଟ ସୁନାମୁଲ୍ୟ ୬୦,୬୩୦ ଟଙ୍କା ରହିଛି।