Pratidin TV

Odisha's Digital News Platform

କମିଲା ସୁନାଦର,ଜାଣନ୍ତୁ ଓଡିଶା ବଜାରରେ କେତେ ରହିଛି ସୁନା ରେଟ…

1 min read

ଭୂବନେଶ୍ୱର: ସୁନା ଦରରେ ଆସିଲା ପରିବର୍ତ୍ତନ । ଗତକାଲି ଅପେକ୍ଷା ଆଜି ସୁନାଦର କମିଛି । ଅର୍ଥାତ ଗତକାଲିର ସୁନାମୂଲ୍ୟ ତୁଳନାରେ ଆଜି ଦର ହ୍ରାସ ପରିଲକ୍ଷିତ ହୋଇଛି । ପରବର୍ତ୍ତୀ ସମୟରେ ଏହାର ମୁଲ୍ୟ ଆହୁରୀ ବୃଦ୍ଧି ପାଇବ ବୋଲି ଆଶଙ୍କା କରାଯାଉଛି । ତେବେ ଆଜି ଆପଣ ଯଦି ସୁନା କିଣିବା ପାଇଁ ଚାହୁଁଛନ୍ତି ତେବେ ଆଉ ଡେରି ନ କରି ଯଥା ଶୀଘ୍ର ପାଖ ସହର ବା ବଜାରରୁ ସୁନା ଗହଣା କିଣି ଆଣନ୍ତୁ । ଆସନ୍ତୁ ଜାଣିବା କେଉଁଆଡେ କେତେ ମୁଲ୍ୟ ରହିଛି । ଆମେ ପ୍ରଥମେ ଜାଣିବା ରାଜଧାନୀ ଭୂବନେଶ୍ୱରରେ ସୁନା ଗ୍ରାମ ପ୍ରତି ମୂଲ୍ୟ କେତେ ରହିଛି ।

ତେବେ ଭୂବନେଶ୍ୱରରେ ଦେଖିବାକୁ ଗଲେ ୨୨ କ୍ୟାରେଟ ସୁନା ମୂଲ୍ୟ ଗ୍ରାମପ୍ରତି ୫.୬୮୫ ଟଙ୍କା ମୂଲ୍ୟ ରହ୍ୟିଥିବା ବେଳେ ୧୦ ଗ୍ରାମ ପ୍ରତି ୫୬.୮୫୦ ଟଙ୍କା ରହିଛି । ସେହିପରି ୨୪ କ୍ୟାରେଟ ସୁନା ମୂଲ୍ୟ କଥା କହିଲେ ଏହାର ଗ୍ରାମ ପ୍ରତି ୬.୨୦୨ ଟଙ୍କା ରହିଥିବା ବେଳେ ୧୦ ଗ୍ରାମପ୍ରତି ମୁଲ୍ୟ ରହିଛି ୬୨.୦୨୦ ଟଙ୍କା । ତେବେ ଆମେ ଯଦି କଟକରେ ସୁନା ମୁଲ୍ୟ ଦେଖିବାକୁ ଯିବା ତେବେ ୨୨ କ୍ୟାରେଟ ସୁନା ଗ୍ରାମ ପ୍ରତି ୫.୬୮୫ ଟଙ୍କା ଓ ୧୦ ଗ୍ରାମପ୍ରତି ୫୬.୮୫୦ ଟଙ୍କା ମୁଲ୍ୟ ରହିଛି । ଆଉ ୨୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ଗ୍ରାମପ୍ରତି ୬.୨୦୨ ଟଙ୍କା ରହିଥିବା ବେଳେ ୧୦ ଗ୍ରାମ ପ୍ରତି ୬୨.୦୨୦ ଟଙ୍କା ମୂଲ୍ୟ ରହିଛି ।

Advertisement

ଏହା ବ୍ୟତୀତ ଦେଶର ପ୍ରମୁଖ ସହର ଗୁଡିକରେ ସୁନା ମୁଲ୍ୟ କୁ ଦେଖିବାକୁ ଗଲେ ନୁଆଦିଲ୍ଲୀରେ ୨୨ କ୍ୟାରେଟ ସୁନାମୁଲ୍ୟ ୧୦ ଗ୍ରାମ ପ୍ରତି ୫୭,୦୦୦ ଟଙ୍କା ଏବ ୨୪ କ୍ୟାରେଟ ସୁନା ମୁଲ୍ୟ ୧୦ ଗ୍ରାମ ପ୍ରତି ୬୨,୧୭୦ ଟଙ୍କା ରହିଛି । ସେହିପରି ମୁମ୍ବାଇରେ ୨୨କ୍ୟାରେଟ ସୁନା ମୁଲ୍ୟ ୧୦ ଗ୍ରାମ ପ୍ରତି ୫୬,୮୫୦ ଟଙ୍କା ଓ ୨୪ କ୍ୟାରେଟ ସୁନା ମୁଲ୍ୟ ୬୨,୦୨୦ ଟଙ୍କା ରହିଛି । ଏହାସହ କୋଲକାତା ସହରରେ ୨୨ କ୍ୟାରେଟ ସୁନା ୫୬,୮୫୦ ଏବଂ ୨୪ କ୍ୟାରେଟ ସୁନାମୁଲ୍ୟ ୬୨,୦୨୦ ଟଙ୍କା ରହିଛି ।

Leave a Reply

Your email address will not be published. Required fields are marked *