ଡିସେମ୍ବର ମାସ ଆରମ୍ଭରେ ବଢିଲା ସୁନାଦର, ଜାଣନ୍ତୁ ଆଜି କେତେ ରହିଛି ସୁନା ରେଟ…
1 min readଭୂବନେଶ୍ୱର: ଆରମ୍ଭ ହୋଇଛି ବର୍ଷର ଶେଷ ମାସ ବା ଡସେମ୍ବର ମାସ । ଓଡିଶା ବଜାରରେ ଜାରୀହେଲା ସୁନାର ନୂଆ ଦର । ତେବେ ଗତକାଲିର ସୁନାମୂଲ୍ୟ ତୁଳନାରେ ଆଜି ଦର ହ୍ରାସ ପରିଲକ୍ଷିତ ହୋଇଛି । ପରବର୍ତ୍ତୀ ସମୟରେ ଏହାର ମୁଲ୍ୟ ଆହୁରୀ ବୃଦ୍ଧି ପାଇବ ବୋଲି ଆଶଙ୍କା କରାଯାଉଛି । ତେବେ ଆଜି ଆପଣ ଯଦି ସୁନା କିଣିବା ପାଇଁ ଚାହୁଁଛନ୍ତି ତେବେ ଆଉ ଡେରି ନ କରି ଯଥା ଶୀଘ୍ର ପାଖ ସହର ବା ବଜାରରୁ ସୁନା ଗହଣା କିଣି ଆଣନ୍ତୁ । ଆସନ୍ତୁ ଜାଣିବା କେଉଁଆଡେ କେତେ ମୁଲ୍ୟ ରହିଛି । ଆମେ ପ୍ରଥମେ ଜାଣିବା ରାଜଧାନୀ ଭୂବନେଶ୍ୱରରେ ସୁନା ଗ୍ରାମ ପ୍ରତି ମୂଲ୍ୟ କେତେ ରହିଛି ।
ତେବେ ଭୂବନେଶ୍ୱରରେ ଦେଖିବାକୁ ଗଲେ ୨୨ କ୍ୟାରେଟ ସୁନା ମୂଲ୍ୟ ଗ୍ରାମପ୍ରତି ୫.୮୪୫ ଟଙ୍କା ମୂଲ୍ୟ ରହ୍ୟିଥିବା ବେଳେ ୧୦ ଗ୍ରାମ ପ୍ରତି ୫୮.୪୫୦ ଟଙ୍କା ରହିଛି । ସେହିପରି ୨୪ କ୍ୟାରେଟ ସୁନା ମୂଲ୍ୟ କଥା କହିଲେ ଏହାର ଗ୍ରାମ ପ୍ରତି ୬.୩୭୬ ଟଙ୍କା ରହିଥିବା ବେଳେ ୧୦ ଗ୍ରାମପ୍ରତି ମୁଲ୍ୟ ରହିଛି ୬୩.୭୬୦ ଟଙ୍କା । ତେବେ ଆମେ ଯଦି କଟକରେ ସୁନା ମୁଲ୍ୟ ଦେଖିବାକୁ ଯିବା ତେବେ ୨୨ କ୍ୟାରେଟ ସୁନା ଗ୍ରାମ ପ୍ରତି ୫.୮୪୫ ଟଙ୍କା ଓ ୧୦ ଗ୍ରାମପ୍ରତି ୫୮.୪୫୦ ଟଙ୍କା ମୁଲ୍ୟ ରହିଛି । ଆଉ ୨୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ଗ୍ରାମପ୍ରତି ୬.୩୭୬ ଟଙ୍କା ରହିଥିବା ବେଳେ ୧୦ ଗ୍ରାମ ପ୍ରତି ୬୩.୭୬୦ ଟଙ୍କା ମୂଲ୍ୟ ରହିଛି ।
ଏହା ବ୍ୟତୀତ ଦେଶର ପ୍ରମୁଖ ସହର ଗୁଡିକରେ ସୁନା ମୁଲ୍ୟ କୁ ଦେଖିବାକୁ ଗଲେ ନୁଆଦିଲ୍ଲୀରେ ୨୨ କ୍ୟାରେଟ ସୁନାମୁଲ୍ୟ ୧୦ ଗ୍ରାମ ପ୍ରତି ୫୮,୬୦୦ ଟଙ୍କା ଏବ ୨୪ କ୍ୟାରେଟ ସୁନା ମୁଲ୍ୟ ୧୦ ଗ୍ରାମ ପ୍ରତି ୬୩,୯୧୦ ଟଙ୍କା ରହିଛି । ସେହିପରି ମୁମ୍ବାଇରେ ୨୨କ୍ୟାରେଟ ସୁନା ମୁଲ୍ୟ ୧୦ ଗ୍ରାମ ପ୍ରତି ୫୮,୪୫୦ ଟଙ୍କା ଓ ୨୪ କ୍ୟାରେଟ ସୁନା ମୁଲ୍ୟ ୬୩,୭୬୦ ଟଙ୍କା ରହିଛି । ଏହାସହ କୋଲକାତା ସହରରେ ୨୨ କ୍ୟାରେଟ ସୁନା ୫୮,୪୫୦ ଏବଂ ୨୪ କ୍ୟାରେଟ ସୁନାମୁଲ୍ୟ ୬୩,୭୬୦ ଟଙ୍କା ରହିଛି ।