ଓଡିଶାରେ ବଢିଲା ସୁନାରେଟ, ଜାରୀ ହେଲା ନୂଆଦର…
1 min readଭୂବନେଶ୍ୱର: ଆଜି ଓଡିଶାରେ ସୁନାର ନୂଆ ମୂଲ୍ୟ ଜାରି କରାଯାଇଛି । ଗତକାଲିର ସୁନାମୂଲ୍ୟ ତୁଳନାରେ ଆଜି ଦର ବୃଦ୍ଧି ପରିଲକ୍ଷିତ ହୋଇଛି । ପରବର୍ତ୍ତୀ ସମୟରେ ଏହାର ମୁଲ୍ୟ ଆହୁରୀ ବୃଦ୍ଧି ପାଇବ ବୋଲି ଆଶଙ୍କା କରାଯାଉଛି । ତେବେ ଆଜି ଆପଣ ଯଦି ସୁନା କିଣିବା ପାଇଁ ଚାହୁଁଛନ୍ତି ତେବେ ଆଉ ଡେରି ନ କରି ଯଥା ଶୀଘ୍ର ପାଖ ସହର ବା ବଜାରରୁ ସୁନା ଗହଣା କିଣି ଆଣନ୍ତୁ । ଆସନ୍ତୁ ଜାଣିବା କେଉଁଆଡେ କେତେ ମୁଲ୍ୟ ରହିଛି । ଆମେ ପ୍ରଥମେ ଜାଣିବା ରାଜଧାନୀ ଭୂବନେଶ୍ୱରରେ ସୁନା ଗ୍ରାମ ପ୍ରତି ମୂଲ୍ୟ କେତେ ରହିଛି ।
ତେବେ ଭୂବନେଶ୍ୱରରେ ଦେଖିବାକୁ ଗଲେ ୨୨ କ୍ୟାରେଟ ସୁନା ମୂଲ୍ୟ ଗ୍ରାମପ୍ରତି ୫,୮୦୦ ଟଙ୍କା ମୂଲ୍ୟ ରହିଥିବା ବେଳେ ୧୦ ଗ୍ରାମ ପ୍ରତି ୫୮,୦୦୦ ଟଙ୍କା ରହିଛି । ସେହିପରି ୨୪ କ୍ୟାରେଟ ସୁନା ମୂଲ୍ୟ କଥା କହିଲେ ଏହାର ଗ୍ରାମ ପ୍ରତି ୬,୩୨୩ ଟଙ୍କା ରହିଥିବା ବେଳେ ୧୦ ଗ୍ରାମପ୍ରତି ମୁଲ୍ୟ ରହିଛି ୬୩,୨୩୦ ଟଙ୍କା । ତେବେ ଆମେ ଯଦି କଟକରେ ସୁନା ମୁଲ୍ୟ ଦେଖିବାକୁ ଯିବା ତେବେ ୨୨ କ୍ୟାରେଟ ସୁନା ଗ୍ରାମ ପ୍ରତି ୫,୮୦୦ ଟଙ୍କା ଓ ୧୦ ଗ୍ରାମପ୍ରତି ୫୮,୦୦୦ ଟଙ୍କା ମୁଲ୍ୟ ରହିଛି । ଆଉ ୨୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ଗ୍ରାମପ୍ରତି ୬,୩୨୩ ଟଙ୍କା ରହିଥିବା ବେଳେ ୧୦ ଗ୍ରାମ ୬୩,୨୩୦ ଟଙ୍କା ମୂଲ୍ୟ ରହିଛି ।
ଏହା ବ୍ୟତୀତ ଦେଶର ପ୍ରମୁଖ ସହର ଗୁଡିକରେ ସୁନା ମୁଲ୍ୟ କୁ ଦେଖିବାକୁ ଗଲେ ନୁଆଦିଲ୍ଲୀରେ ୨୨ କ୍ୟାରେଟ ସୁନାମୁଲ୍ୟ ୧୦ ଗ୍ରାମ ପ୍ରତି ୫୮,୧୦୦ ଟଙ୍କା ଏବ ୨୪ କ୍ୟାରେଟ ସୁନା ମୁଲ୍ୟ ୧୦ ଗ୍ରାମ ପ୍ରତି ୬୩,୩୮୦ ଟଙ୍କା ରହିଛି । ସେହିପରି ମୁମ୍ବାଇରେ ୨୨କ୍ୟାରେଟ ସୁନା ମୁଲ୍ୟ ୧୦ ଗ୍ରାମ ପ୍ରତି ୫୮,୦୦୦ ଟଙ୍କା ଓ ୨୪ କ୍ୟାରେଟ ସୁନା ମୁଲ୍ୟ ୬୩,୨୩୦ ଟଙ୍କା ରହିଛି । ଏହାସହ କୋଲକାତା ସହରରେ ୨୨ କ୍ୟାରେଟ ସୁନା ୫୮,୦୦୦ ଏବଂ ୨୪ କ୍ୟାରେଟ ସୁନାମୁଲ୍ୟ ୬୩,୨୩୦ ଟଙ୍କା ରହିଛି ।