Pratidin TV

Odisha's Digital News Platform

ଆଜି ପୁଣି କମିଲା ସୁନାଦର,କିଣିବା ପୂର୍ବରୁ ପକାନ୍ତୁ ନଜର…

1 min read


ଭୂବନେଶ୍ୱର: ଗତକିଛି ଦିନ ମଧ୍ୟରେ ସୁନାଦର କ୍ରମାଗତ ଭାବେ ବୃଦ୍ଧି ପାଇ ସୁନା ମୁଲ୍ୟ ଆକାଶ ଛୁଆଁ ହୋଇଥିଲା । ଏହାରି ଭିତରେ ଗ୍ରାହକଙ୍କ ପାଇଁ ଆସିଛି ଖୁସି ଖବର । ଗତକାଲିର ସୁନାମୁଲ୍ୟ ରେ ପରିବର୍ତ୍ତନ ପରିଲକ୍ଷିତ ହୋଇଛି । ଅର୍ଥାତ କାଲିର ସୁନା ଦରରେ ଆଜି ସାମାନ୍ୟ ହ୍ରାସ ହୋଇଛି । ପରବର୍ତ୍ତୀ ସମୟରେ ଏହା ମୁଲ୍ୟ ଆହୁରୀ ବୃଦ୍ଧି ପାଇବ ବୋଲି ଆଶଙ୍କା କରାଯାଉଛି । ତେବେ ଖୁବଶୀଘ୍ର ଆପଣ କିଣି ନିଅନ୍ତୁ ଗହଣା । ତେବେ ଆଜି ଆପଣ ଯଦି ସୁନା କିଣିବା ପାଇଁ ଚାହୁଁଛନ୍ତି ତେବେ ଆଉ ଡେରି ନ କରି ଯଥା ଶୀଘ୍ର ପାଖ ସହର ବା ବଜାରରୁ ସୁନା ଗହଣା କିଣି ଆଣନ୍ତୁ । ଆସନ୍ତୁ ଜାଣିବା କେଉଁଆଡେ କେତେ ମୁଲ୍ୟ ରହିଛି ।


ଆମେ ପ୍ରଥମେ ଜାଣିବା ରାଜଧାନୀ ଭୂବନେଶ୍ୱରରେ ସୁନା ଗ୍ରାମ ପ୍ରତି ମୂଲ୍ୟ କେତେ ରହିଛି । ତେବେ ଭୂବନେଶ୍ୱରରେ ଦେଖିବାକୁ ଗଲେ ୨୨ କ୍ୟାରେଟ ସୁନା ମୂଲ୍ୟ ଗ୍ରାମ ପ୍ରତି ୫.୪୯୫ ଟଙ୍କା ମୂଲ୍ୟ ରହ୍ୟିଥିବା ବେଳେ ୧୦ ଗ୍ରାମ ପ୍ରତି ୫୪.୯୫୦ ଟଙ୍କା ରହିଛି । ସେହିପରି ୨୪ କ୍ୟାରେଟ ସୁନା ମୂଲ୍ୟ କଥା କହିଲେ ଏହାର ଗ୍ରାମ ପ୍ରତି ୫.୯୯୫ ଟଙ୍କା ରହିଥିବା ବେଳେ ୧୦ ଗ୍ରାମପ୍ରତି ମୁଲ୍ୟ ରହିଛି ୫୯.୯୫୦ ଟଙ୍କା । ତେବେ ଆମେ ଯଦି କଟକରେ ସୁନା ମୁଲ୍ୟ ଦେଖିବାକୁ ଯିବା ତେବେ ୨୨ କ୍ୟାରେଟ ସୁନା ଗ୍ରାମ ପ୍ରତି ୫.୯୯୫ ଟଙ୍କା ଓ ୧୦ ଗ୍ରାମପ୍ରତି ୫୪.୯୫୦ ଟଙ୍କା ମୁଲ୍ୟ ରହିଛି । ଆଉ ୨୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ଗ୍ରାମପ୍ରତି ୫.୯୯୫ ଟଙ୍କା ରହିଥିବା ବେଳେ ୧୦ ଗ୍ରାମ ପ୍ରତି ୫୯.୯୫୦ ଟଙ୍କା ମୂଲ୍ୟ ରହିଛି ।

Advertisement


ଏହା ବ୍ୟତୀତ ଦେଶର ପ୍ରମୁଖ ସହର ଗୁଡିକରେ ସୁନା ମୁଲ୍ୟ କୁ ଦେଖିବାକୁ ଗଲେ ନୁଆଦିଲ୍ଲୀରେ ୨୨ କ୍ୟାରେଟ ସୁନାମୁଲ୍ୟ ୧୦ ଗ୍ରାମ ପ୍ରତି ୫୫,୧୦୦ ଟଙ୍କା ଏବ ୨୪ କ୍ୟାରେଟ ସୁନା ମୁଲ୍ୟ ୧୦ ଗ୍ରାମ ପ୍ରତି ୬୦,୧୦୦ ଟଙ୍କା ରହିଛି । ସେହିପରି ମୁମ୍ବାଇରେ ୨୨କ୍ୟାରେଟ ସୁନା ମୁଲ୍ୟ ୧୦ ଗ୍ରାମ ପ୍ରତି ୫୪.୯୫୦ ଟଙ୍କା ଓ ୨୪ କ୍ୟାରେଟ ସୁନା ମୁଲ୍ୟ ୬୯,୯୫୦ ଟଙ୍କା ରହିଛି । ଏହାସହ କୋଲକାତା ସହରରେ ୨୨ କ୍ୟାରେଟ ସୁନା ୫୪.୯୫୦ ଏବଂ ୨୪ କ୍ୟାରେଟ ସୁନାମୁଲ୍ୟ ୫୯,୯୫୦ ଟଙ୍କା ରହିଛି ।

Leave a Reply

Your email address will not be published. Required fields are marked *