ଆଜି ବୁଧବାର ବଢିଲା ସୁନାରେଟ, କିଣିବା ପୂର୍ବରୁ ପକାନ୍ତୁ ନଜର…
1 min readଭୂବନେଶ୍ୱର: ଆଜି ବୁଧବାର ବଢିଲା ସୁନାଦର । ଓଡିଶାରେ ଜାରୀହେଲା ସୁନାର ନୂଆ ମୂଲ୍ୟ । ଗତକାଲିର ସୁନାମୂଲ୍ୟ ତୁଳନାରେ ଆଜି ଦର ବୃଦ୍ଧି ପରିଲକ୍ଷିତ ହୋଇଛି । ପରବର୍ତ୍ତୀ ସମୟରେ ଏହାର ମୁଲ୍ୟ ଆହୁରୀ ବୃଦ୍ଧି ପାଇବ ବୋଲି ଆଶଙ୍କା କରାଯାଉଛି । ତେବେ ଆଜି ଆପଣ ଯଦି ସୁନା କିଣିବା ପାଇଁ ଚାହୁଁଛନ୍ତି ତେବେ ଆଉ ଡେରି ନ କରି ଯଥା ଶୀଘ୍ର ପାଖ ସହର ବା ବଜାରରୁ ସୁନା ଗହଣା କିଣି ଆଣନ୍ତୁ । ଆସନ୍ତୁ ଜାଣିବା କେଉଁଆଡେ କେତେ ମୁଲ୍ୟ ରହିଛି । ଆମେ ପ୍ରଥମେ ଜାଣିବା ରାଜଧାନୀ ଭୂବନେଶ୍ୱରରେ ସୁନା ଗ୍ରାମ ପ୍ରତି ମୂଲ୍ୟ କେତେ ରହିଛି ।
ତେବେ ଭୂବନେଶ୍ୱରରେ ଦେଖିବାକୁ ଗଲେ ୨୨ କ୍ୟାରେଟ ସୁନା ମୂଲ୍ୟ ଗ୍ରାମପ୍ରତି ୫,୮୫୦ ଟଙ୍କା ମୂଲ୍ୟ ରହିଥିବା ବେଳେ ୧୦ ଗ୍ରାମ ପ୍ରତି ୫୮,୫୦୦ ଟଙ୍କା ରହିଛି । ସେହିପରି ୨୪ କ୍ୟାରେଟ ସୁନା ମୂଲ୍ୟ କଥା କହିଲେ ଏହାର ଗ୍ରାମ ପ୍ରତି ୬,୩୮୨ ଟଙ୍କା ରହିଥିବା ବେଳେ ୧୦ ଗ୍ରାମପ୍ରତି ମୁଲ୍ୟ ରହିଛି ୬୩,୮୨୦ ଟଙ୍କା । ତେବେ ଆମେ ଯଦି କଟକରେ ସୁନା ମୁଲ୍ୟ ଦେଖିବାକୁ ଯିବା ତେବେ ୨୨ କ୍ୟାରେଟ ସୁନା ଗ୍ରାମ ପ୍ରତି ୫,୮୫୦ ଟଙ୍କା ଓ ୧୦ ଗ୍ରାମପ୍ରତି ୫୮,୫୦୦ ଟଙ୍କା ମୁଲ୍ୟ ରହିଛି । ଆଉ ୨୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ଗ୍ରାମପ୍ରତି ୬,୩୮୨ ଟଙ୍କା ରହିଥିବା ବେଳେ ୧୦ ଗ୍ରାମ ୬୩,୮୨୦ ଟଙ୍କା ମୂଲ୍ୟ ରହିଛି ।
ଏହା ବ୍ୟତୀତ ଦେଶର ପ୍ରମୁଖ ସହର ଗୁଡିକରେ ସୁନା ମୁଲ୍ୟ କୁ ଦେଖିବାକୁ ଗଲେ ନୁଆଦିଲ୍ଲୀରେ ୨୨ କ୍ୟାରେଟ ସୁନାମୁଲ୍ୟ ୧୦ ଗ୍ରାମ ପ୍ରତି ୫୮,୬୫୦ ଟଙ୍କା ଏବ ୨୪ କ୍ୟାରେଟ ସୁନା ମୁଲ୍ୟ ୧୦ ଗ୍ରାମ ପ୍ରତି ୬୩,୯୬୦ ଟଙ୍କା ରହିଛି । ସେହିପରି ମୁମ୍ବାଇରେ ୨୨କ୍ୟାରେଟ ସୁନା ମୁଲ୍ୟ ୧୦ ଗ୍ରାମ ପ୍ରତି ୫୮,୫୦୦ ଟଙ୍କା ଓ ୨୪ କ୍ୟାରେଟ ସୁନା ମୁଲ୍ୟ ୬୩,୮୨୦ ଟଙ୍କା ରହିଛି । ଏହାସହ କୋଲକାତା ସହରରେ ୨୨ କ୍ୟାରେଟ ସୁନା ୫୮,୫୦୦ ଏବଂ ୨୪ କ୍ୟାରେଟ ସୁନାମୁଲ୍ୟ ୬୩,୮୨୦ ଟଙ୍କା ରହିଛି ।