Pratidin TV

Odisha's Digital News Platform

ବଢିଲା ସୁନାରେଟ, ବଜାରରେ ଜାରୀ ହେଲା ନୂଆ ଦର,ସୁନାରେଟ, କିଣିବା ପୂର୍ବରୁ ପକାନ୍ତୁ ନଜର…

1 min read

ଭୂବନେଶ୍ୱର: ଓଡିଶାରେ ଜାରୀହେଲା ସୁନାର ନୂଆ ମୂଲ୍ୟ । ଗତକାଲିର ସୁନାମୂଲ୍ୟ ତୁଳନାରେ ଆଜି ଦର ବୃଦ୍ଧି ପରିଲକ୍ଷିତ ହୋଇଛି । ପରବର୍ତ୍ତୀ ସମୟରେ ଏହାର ମୁଲ୍ୟ ଆହୁରୀ ବୃଦ୍ଧି ପାଇବ ବୋଲି ଆଶଙ୍କା କରାଯାଉଛି । ତେବେ ଆଜି ଆପଣ ଯଦି ସୁନା କିଣିବା ପାଇଁ ଚାହୁଁଛନ୍ତି ତେବେ ଆଉ ଡେରି ନ କରି ଯଥା ଶୀଘ୍ର ପାଖ ସହର ବା ବଜାରରୁ ସୁନା ଗହଣା କିଣି ଆଣନ୍ତୁ। ଆସନ୍ତୁ ଜାଣିବା କେଉଁଆଡେ କେତେ ମୁଲ୍ୟ ରହିଛି । ଆମେ ପ୍ରଥମେ ଜାଣିବା ରାଜଧାନୀ ଭୂବନେଶ୍ୱରରେ ସୁନା ଗ୍ରାମ ପ୍ରତି ମୂଲ୍ୟ କେତେ ରହିଛି ।

ତେବେ ଭୂବନେଶ୍ୱରରେ ଦେଖିବାକୁ ଗଲେ ୨୨ କ୍ୟାରେଟ ସୁନା ମୂଲ୍ୟ ଗ୍ରାମପ୍ରତି ୫,୮୯୦ ଟଙ୍କା ମୂଲ୍ୟ ରହିଥିବା ବେଳେ ୧୦ ଗ୍ରାମ ପ୍ରତି ୫୮,୯୦୦ ଟଙ୍କା ରହିଛି । ସେହିପରି ୨୪ କ୍ୟାରେଟ ସୁନା ମୂଲ୍ୟ କଥା କହିଲେ ଏହାର ଗ୍ରାମ ପ୍ରତି ୬,୪୨୫ ଟଙ୍କା ରହିଥିବା ବେଳେ ୧୦ ଗ୍ରାମପ୍ରତି ମୁଲ୍ୟ ରହିଛି ୬୪,୨୫୦ ଟଙ୍କା । ତେବେ ଆମେ ଯଦି କଟକରେ ସୁନା ମୁଲ୍ୟ ଦେଖିବାକୁ ଯିବା ତେବେ ୨୨ କ୍ୟାରେଟ ସୁନା ଗ୍ରାମ ପ୍ରତି ୫,୮୯୦ ଟଙ୍କା ଓ ୧୦ ଗ୍ରାମପ୍ରତି ୫୮,୯୦୦ ଟଙ୍କା ମୁଲ୍ୟ ରହିଛି । ଆଉ ୨୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ଗ୍ରାମପ୍ରତି ୬,୪୨୫ ଟଙ୍କା ରହିଥିବା ବେଳେ ୧୦ ଗ୍ରାମ ୬୪,୨୫୦ ଟଙ୍କା ମୂଲ୍ୟ ରହିଛି ।

Advertisement

ଏହା ବ୍ୟତୀତ ଦେଶର ପ୍ରମୁଖ ସହର ଗୁଡିକରେ ସୁନା ମୁଲ୍ୟ ଦେଖିବାକୁ ଗଲେ ନୁଆଦିଲ୍ଲୀରେ ୨୨ କ୍ୟାରେଟ ସୁନାମୁଲ୍ୟ ୧୦ ଗ୍ରାମ ପ୍ରତି ୫୯,୦୫୦ ଟଙ୍କା ଏବ ୨୪ କ୍ୟାରେଟ ସୁନା ମୁଲ୍ୟ ୧୦ ଗ୍ରାମ ପ୍ରତି ୬୪,୪୦୦ ଟଙ୍କା ରହିଛି । ସେହିପରି ମୁମ୍ବାଇରେ ୨୨କ୍ୟାରେଟ ସୁନା ମୁଲ୍ୟ ୧୦ ଗ୍ରାମ ପ୍ରତି ୫୮,୯୦୦ ଟଙ୍କା ଓ ୨୪ କ୍ୟାରେଟ ସୁନା ମୁଲ୍ୟ ୬୪,୨୫୦ ଟଙ୍କା ରହିଛି । ଏହାସହ କୋଲକାତା ସହରରେ ୨୨ କ୍ୟାରେଟ ସୁନା ୫୮,୯୦୦ ଏବଂ ୨୪ କ୍ୟାରେଟ ସୁନାମୁଲ୍ୟ ୬୪,୨୫୦ ଟଙ୍କା ରହିଛି ।

Leave a Reply

Your email address will not be published. Required fields are marked *