ଗତକାଲିର ସୁନାଦର ଆଜି ଅପରିବର୍ତ୍ତିତ ରହିଛି ,କିଣିବା ପୂର୍ବରୁ ପକାନ୍ତୁ ନଜର…
1 min readଭୂବନେଶ୍ୱର: ଆଗକୁ ଆସୁଛି ଲକ୍ଷ୍ମୀପୂଜା । ପୂଜା ପୂର୍ବରୁ ଘରକୁ ଆଣନ୍ତୁ ମନ ପସନ୍ଦର ଗହଣା । ଗତକାଲିର ସୁନା ଦର ଆଜି ଅପରିବର୍ତ୍ତିତ ରହିଛି । ପରବର୍ତ୍ତୀ ସମୟରେ ଏହା ମୁଲ୍ୟ ଆହୁରୀ ବୃଦ୍ଧି ପାଇବ ବୋଲି ଆଶଙ୍କା କରାଯାଉଛି । ତେବେ ଖୁବଶୀଘ୍ର ଆପଣ କିଣି ନିଅନ୍ତୁ ଗହଣା । ତେବେ ଆଜି ଆପଣ ଯଦି ସୁନା କିଣିବା ପାଇଁ ଚାହୁଁଛନ୍ତି ତେବେ ଆଉ ଡେରି ନ କରି ଯଥା ଶୀଘ୍ର ପାଖ ସହର ବା ବଜାରରୁ ସୁନା ଗହଣା କିଣି ଆଣନ୍ତୁ । ଆସନ୍ତୁ ଜାଣିବା କେଉଁଆଡେ କେତେ ମୁଲ୍ୟ ରହିଛି । ଆମେ ପ୍ରଥମେ ଜାଣିବା ରାଜଧାନୀ ଭୂବନେଶ୍ୱରରେ ସୁନା ଗ୍ରାମ ପ୍ରତି ମୂଲ୍ୟ କେତେ ରହିଛି ।
ତେବେ ଭୂବନେଶ୍ୱରରେ ଦେଖିବାକୁ ଗଲେ ୨୨ କ୍ୟାରେଟ ସୁନା ମୂଲ୍ୟ ଗ୍ରାମ ପ୍ରତି ୫.୬୮୦ ଟଙ୍କା ମୂଲ୍ୟ ରହ୍ୟିଥିବା ବେଳେ ୧୦ ଗ୍ରାମ ପ୍ରତି ୫୬.୮୦୦ ଟଙ୍କା ରହିଛି । ସେହିପରି ୨୪ କ୍ୟାରେଟ ସୁନା ମୂଲ୍ୟ କଥା କହିଲେ ଏହାର ଗ୍ରାମ ପ୍ରତି ୬.୧୯୦ ଟଙ୍କା ରହିଥିବା ବେଳେ ୧୦ ଗ୍ରାମପ୍ରତି ମୁଲ୍ୟ ରହିଛି ୬୧.୯୬୦ ଟଙ୍କା । ତେବେ ଆମେ ଯଦି କଟକରେ ସୁନା ମୁଲ୍ୟ ଦେଖିବାକୁ ଯିବା ତେବେ ୨୨ କ୍ୟାରେଟ ସୁନା ଗ୍ରାମ ପ୍ରତି ୫.୬୮୦ ଟଙ୍କା ଓ ୧୦ ଗ୍ରାମପ୍ରତି ୫୬.୮୦୦ ଟଙ୍କା ମୁଲ୍ୟ ରହିଛି । ଆଉ ୨୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ଗ୍ରାମପ୍ରତି ୬.୧୯୦ ଟଙ୍କା ରହିଥିବା ବେଳେ ୧୦ ଗ୍ରାମ ପ୍ରତି ୬୧.୯୬୦ ଟଙ୍କା ମୂଲ୍ୟ ରହିଛି ।
ଏହା ବ୍ୟତୀତ ଦେଶର ପ୍ରମୁଖ ସହର ଗୁଡିକରେ ସୁନା ମୁଲ୍ୟ କୁ ଦେଖିବାକୁ ଗଲେ ନୁଆଦିଲ୍ଲୀରେ ୨୨ କ୍ୟାରେଟ ସୁନାମୁଲ୍ୟ ୧୦ ଗ୍ରାମ ପ୍ରତି ୫୬,୯୫୦ ଟଙ୍କା ଏବ ୨୪ କ୍ୟାରେଟ ସୁନା ମୁଲ୍ୟ ୧୦ ଗ୍ରାମ ପ୍ରତି ୬୨,୧୧୦ ଟଙ୍କା ରହିଛି । ସେହିପରି ମୁମ୍ବାଇରେ ୨୨କ୍ୟାରେଟ ସୁନା ମୁଲ୍ୟ ୧୦ ଗ୍ରାମ ପ୍ରତି ୫୬,୮୦୦ ଟଙ୍କା ଓ ୨୪ କ୍ୟାରେଟ ସୁନା ମୁଲ୍ୟ ୬୧,୯୬୦ ଟଙ୍କା ରହିଛି । ଏହାସହ କୋଲକାତା ସହରରେ ୨୨ କ୍ୟାରେଟ ସୁନା ୫୬,୮୦୦ ଏବଂ ୨୪ କ୍ୟାରେଟ ସୁନାମୁଲ୍ୟ ୬୧,୯୬୦ ଟଙ୍କା ରହିଛି ।