Pratidin TV

Odisha's Digital News Platform

ପରିବହନ ମନ୍ତ୍ରୀ ଦେଲେ ସୂଚନା ,ଚାରିଧାମକୁ ଗଡିବ ସ୍ୱତନ୍ତ୍ର ବସ୍..

1 min read

ତୀର୍ଥ ଯାତ୍ରୀମାନଙ୍କ ପାଇଁ ଖୁସି ଖବର । ଚାରିଧାମକୁ ଗଡିବ ସ୍ୱତନ୍ତ୍ର ବସ୍। ଏଥିସହ ରାଜ୍ୟ ବାହାରେ ଥିବା ବିଭିନ୍ନ ତୀର୍ଥକ୍ଷେତ୍ରକୁ ବି ଚାଲିବ ବସ୍। ପୁରୀରୁ ଅଯୋଧ୍ୟା, ତିରୁପତି, ମଥୁରା ଓ ବୃନ୍ଦାବନ ଭଳି ବିଭିନ୍ନ ତୀର୍ଥକ୍ଷେତ୍ରକୁ ଆରମ୍ଭ ହେବ ବସ୍ ସେବା । ଫଳରେ ତୀର୍ଥ ଯାତ୍ରୀମାନେ ନୂଆ ବର୍ଷ ପୂର୍ବରୁ ସୁଲଭ ମୂଲ୍ୟରେ ରାଜ୍ୟ ବାହାରର ବିଭିନ୍ନ ତୀର୍ଥ କ୍ଷେତ୍ରକୁ ଯାତ୍ରା କରିପାରିବେ।

ଆଜି ଏହି ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା। ମନ୍ତ୍ରୀ କହିଛନ୍ତି, ଏଥିପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇସାରିଛନ୍ତି । ଆବଶ୍ୟକ ଅନୁଯାୟୀ ସ୍ୱତନ୍ତ୍ର ଭଲବୋ ବସ ମଧ୍ୟ ଆସି ସାରିଛି। ଏଥାପାଇଁ ପରମିସନ ଓ ରୁଟ ବି ପ୍ରସ୍ତୁତ ହୋଇସାରିଛି। ନୂଆ ବର୍ଷ ପୂର୍ବରୁ ଏହି ବସ୍ ପ୍ରଚଳନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି । ତୀର୍ଥଯାତ୍ରୀ ଓ ମହିଳା ମାନଙ୍କ ପାଇଁ ଟିକେଟ୍ ଦାମରେ କୋହଳ କରାଯିବା ନେଇ ମନ୍ତ୍ରୀ ସୂଚନା ଦେଇଛନ୍ତି। କେବଳ ଏତିକି ନୁହେଁ କିଭଳି ବାହାର ରାଜ୍ୟକୁ ଭୁବନେଶ୍ୱରରୁ ଅଧିକ ଗାଡି ସଂଯୋଗ କରାଯାଇପାରିବ ସେଥିପାଇଁ ସରକାର ପଦକ୍ଷେପ ନେଉଥିବା ସେ କହିଛନ୍ତି ।

Advertisement

Leave a Reply

Your email address will not be published. Required fields are marked *