Pratidin TV

Odisha's Digital News Platform

ଓଡ଼ିଶା ହାଇକୋର୍ଟରେ ଶପଥ ନେଲେ ଦୁଇ ବିଚାରପତି

1 min read

କଟକ: ତ୍ରିପୁରା ହାଇକୋର୍ଟରୁ ବଦଳି ହୋଇ ଆସିଥିବା ବିଚାରପତି ଜଷ୍ଟିସ୍‌ ଶୁଭାଶିଷ ତାଳପତ୍ର ଏବଂ ଆଇନଜୀବୀ ସଞ୍ଜୟ କୁମାର ମିଶ୍ର ଶୁକ୍ରବାର ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ନେଇଛନ୍ତି । । ପୁରୁଣା କୋଠାର ନୂତନ ସମ୍ମିଳନୀ କକ୍ଷରେ ଶୁକ୍ରବାର  ଏହି ଶପଥଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି । । ଉଭୟଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଜଷ୍ଟିସ୍‌ ଏସ୍‌. ମୁରଲୀଧର ଶପଥପାଠ କରାଇଛନ୍ତି ।

ଗତ ମାସ ୨୭ ତାରିଖରେ ସୁପ୍ରିମ୍‌କୋର୍ଟ କଲେଜିୟମ୍‌ ପକ୍ଷରୁ ବିଭିନ୍ନ ହାଇକୋର୍ଟର ବିଚାରପତିଙ୍କ ବଦଳି ସଂକ୍ରାନ୍ତ ଏକ ବିଜ୍ଞପ୍ତି ଜାରି କରାଯାଇଥିଲା । ଏଥିରେ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ୍‌ ଚିତ୍ତରଞ୍ଜନ ଦାଶଙ୍କର କୋଲକାତା ହାଇକୋର୍ଟକୁ ବଦଳି କରାଯାଇଥିଲାବେଳେ ତ୍ରିପୁରା ହାଇକୋର୍ଟରୁ ଜଷ୍ଟିସ୍‌ ତାଳପତ୍ରଙ୍କର ଓଡ଼ିଶା ହାଇକୋର୍ଟକୁ ବଦଳି ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ତେବେ ଆଇନଜୀବୀ ସଞ୍ଜୟ କୁମାର ମିଶ୍ରଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଁ ପୂର୍ବରୁ କଲେଜିୟମ୍‌ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇ ସାରିଥିଲା । କିଛିଦିନ ତଳେ ତାଙ୍କ ନିଯୁକ୍ତି ଉପରେ କେନ୍ଦ୍ର ସରକାର ମୋହର ମାରିବା ପରେ ଶୁକ୍ରବାର ଉଭୟ ଶପଥ ନେଇଛନ୍ତି ।

Advertisement

Leave a Reply

Your email address will not be published. Required fields are marked *