ପଛକୁ ପଛ ଆସୁଛି ୨ ଟି ଲଘୁଚାପ : ସେପ୍ଟେମ୍ବର ମାସରେ ଦେଖାଦେଇପାରେ ଲଗାଣ ବର୍ଷା
1 min readଭୁବନେଶ୍ୱର : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨ ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ଆସନ୍ତା ୨ ସପ୍ତାହ ମଧ୍ୟରେ ରାଜ୍ୟରେ ଦେକାଦେବ ବୋଲି ପୂର୍ବଅନୁମାନ କରିଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ । ତେବେ ପ୍ରଥମ ଲଘୁଚାପଟି ଆସନ୍ତା ୮ ତାରିଖ ମଧ୍ୟରେ ସୃଷ୍ଟି ହୋଇପାରେ ସେହିଭଲି ଦ୍ୱିତୀୟ ଲଘୁଚାପଟି ସେପ୍ଟେମ୍ବର ୯ରୁ ୧୫ ତାରିଖ ମଧ୍ୟରେ ହୋଇପାରେ । ଏହା ପ୍ରଭାବରେ ରାଜ୍ୟରେ ଆସନ୍ତା ୫ ତାରିଖରୁ ବର୍ଷା ପରିମାଣ ବଢିବାର ସମ୍ଭାବନା ରହିଚି ।
ଆଜି ସକାଳ ସାଢ଼େ ୮ଟାରୁ ୩ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୧୦ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବ। ସେହି ଜିଲ୍ଲା ଗୁଡ଼ିକ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ।
ସେହିପପରି ୩ ତାରିଖ ସକାଳ ସାଢ଼େ ୮ଟାରୁ ୪ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୧୭ଟି ଜିଲ୍ଲା- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବଲାଙ୍ଗିର, ସୋନପୁର, ବୌଦ୍ଧ, ନୟାଗଡ଼, ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦୁଝର ଓ ମୟୂରଭଞ୍ଜ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।