Pratidin TV

Odisha's Digital News Platform

ୟୁକ୍ରେନରୁ ଫେରିଥିବା ଓଡ଼ିଆ ଛାତ୍ରଛାତ୍ରୀଙ୍କୁସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ

1 min read

ଭୁବନେଶ୍ୱର ,୨୮ା୨(ନି.ପ୍ର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୁଦ୍ଧଗ୍ରସ୍ତ ୟୁକ୍ରେନରୁ ଫେରି ନୂଆଦିଲ୍ଲୀରେ ଥିବା ଓଡିଆ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଛନ୍ତି। ସମସ୍ତେ ନିରାପଦରେ ଫେରି ଆସିଥିବାରୁ ସେ ଆଶ୍ୱସ୍ତ ହୋଇଛନ୍ତି ବୋଲି କହିଛନ୍ତି। ଏହାସହ ଅନ୍ୟୁ ଛାତ୍ରଛାତ୍ରୀଙ୍କ ଫେରିବା ପାଇଁ ସବୁପ୍ରକାର ଉଦ୍ୟମ କରାଯିବ ବୋଲି ମଧ୍ୟ ଭରସା ଦେଇଛନ୍ତି।

ୟୁକ୍ରେନରୁ ଫେରୁଥିବା ପିଲାଙ୍କ ସୁବିଧା ପାଇଁ ମୁମ୍ବାଇ ବିମାନବନ୍ଦରରେ ହେଲ୍‌ପ ଡେସ୍କ ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଛାତ୍ରଛାତ୍ରୀ ଭୁବନେଶ୍ୱର ପହଞ୍ଚିବା ପରେ ସେମା[ଙ୍କୁ ଓଟିଡିସି ବସ୍‌ ଯୋଗେ ସେମାନଙ୍କ ଘରେ ପହଞ୍ଚାଇବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

Advertisement

ୟୁକ୍ରେନରୁ ଫେରିଥିବା ଓଡ଼ିଆ ଛାତ୍ରଛାତ୍ରୀମା[ଙ୍କ ସହ ଅନ୍‌ଲାଇନ ଜରିଆରେ ଆଲୋଚନା କରି ସେମାନଙ୍କୁ ସ୍ୱାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ୟୁକ୍ରେନରୁ ଓଡିଆ ଛାତ୍ରଛାତ୍ରୀଙ୍କ ଫେରିବା ସଂପର୍କରେ ସେ କେନ୍ଦ୍ର ଗୃହମନ୍ତ୍ରୀ ଓ ବୈଦେଶିକ ମନ୍ତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି। ସେ ଆଉଥରେ ମଧ୍ୟ ଏ ବିଷୟରେ କଥାବାର୍ତ୍ତା କରି ପଦକ୍ଷେପ ନେବେ।

ମୁଖ୍ୟମନ୍ତ୍ରୀଙ୍କ ସହ ଛାତ୍ରଛାତ୍ରୀଙ୍କୁ ସେମାନଙ୍କ ଅଭିଜ୍ଞତା ବର୍ଣ୍ଣନା କରି କହିଥିଲେ ଯେ, ସେମାେନେ ରୋମାନିଆ ସୀମା ଅତିକ୍ରମ କରି ଭାରତୀୟ ଅଧିକାରୀମା[ଙ୍କ ସହିତ ବୁକାରେଷ୍ଟ ଯାଇଥିଲେ। ସେଠାରୁ ବିମାନ ଯୋଗେ ନୂଆଦିଲ୍ଲୀ ଆସିଥିଲେ। ନୂଆଦିଲ୍ଲୀରେ ଅବସ୍ଥାପିତ ରେସିଡେଣ୍ଟ କମିଶନର ସେମାନଙ୍କ ସହିତ ସବୁସମୟରେ ଅନ୍‌ଲାଇନ ଜରିଆରେ ଯୋଗାଯୋଗରେ ଥିଲେ। ୟୁକ୍ରେନର ଅନ୍ୟ ସ୍ଥାନରେ ବିଶେଷକରି ଖାର୍‌କିବ୍‌ରେ ବହୁ ଓଡିଆ ଛାତ୍ରଛାତ୍ରୀ ଅଛନ୍ତି। ସେମା[ଙ୍କୁ ଫେରାଇ ଆଣିବାପାଇଁ ପଦକ୍ଷେପ ନେବାକୁ ଛାତ୍ରଛାତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି।

ଆଲୋଚନା ସମୟରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ସ୍ୱତନ୍ତ୍ର ରିଲିଫ କମିସନର ପ୍ରଦୀପ ଜେନା ଉପସ୍ଥିତ ଥିଲେ। ୫-ଟି ସଚିବ ଭି କେ. ପାଣ୍ଡିଆନ ଏହି ଆଲୋଚନାର ସଂଯୋଜନା କରିଥିଲେ।

Leave a Reply

Your email address will not be published. Required fields are marked *