Pratidin TV

Odisha's Digital News Platform

OSRTC ସିଏଓଙ୍କ ଘରେ ଭିଜିଲାନ୍ସ ରେଡ୍ , ୭ଟି ସ୍ଥାନରେ ଚାଲିଛି ଚଢାଉ …

1 min read

କାଲି ରେଞ୍ଜର ଅଫିସର ଆଉ ଆଜି ଆଉ ଜଣେ ବଡ ସରକାରୀ ଚାକିରିଆଙ୍କ ଘରେ ପଶି ଘାଣ୍ଟୁଛି ଭିଜିଲାନ୍ସ । ୨୦୨୪ ଆରମ୍ଭରୁ ସରକାରୀଆ କୁବେର ବାବୁଙ୍କୁ ର୍ଟାଗେଟ୍ କରିଛି ଭିଜିଲାନ୍ସ । ତେବେ ଆଜି ଙଝଜଞଉ ଚିଫ୍ ଆକାଉଣ୍ଟ ଅଫିସର ବିଜୟ ମଙ୍ଗରାଜଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ । ଭୁବନେଶ୍ୱରର ୬ଟି ଓ ବାରିପଦାର ଗୋଟିଏ ସ୍ଥାନରେ ଚଢ଼ାଉ କରାଯାଇଛି ।

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ଭିଜିଲାନ୍ସ ସ୍ପେଶାଲ ଜଜଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ଏହି ଚଢ଼ାଉ କରାଯାଇଛି। ଭୁବନେଶ୍ୱର ନନ୍ଦନ ବିହାର ସ୍ଥିତ ଆପାର୍ଟମେଣ୍ଟରେ ଥିବା ଫ୍ଲାଟ, ପଳାଶୁଣୀରେ ଥିବା ଦୁଇଟି ଦୁଇମହଲା କୋଠା,ବାରିପଦା ଷ୍ଟେସନ ରୋଡରେ ଥିବା ଘର, ଭୁବନେଶ୍ୱର OSRTC ଅଫିସ ଚ୍ୟାମ୍ବର, ଖାରବେଳ ଭବନରେ ଥିବା କାର୍ଯ୍ୟାଳୟ, ଭୁବନେଶ୍ୱର IDCO ଟାୱାରରେ ଥିବା ଅଫିସରେ ଚଢ଼ାଉ କରାଯାଇଛି।

ଏହି ଚଢ଼ାଉରେ ୮ ଜଣ DSP, ୮ଜଣ ଇନ୍ସପେକ୍ଟରଙ୍କ ସମେତ ଅନ୍ୟ ଅଧିକାରୀ ସାମିଲ ଥିବା ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *