Pratidin TV

Odisha's Digital News Platform

ଆଦିବାସୀ ଭାଇ ଭଉଣୀଙ୍କୁ ହୃଦୟରେ ରଖିଛନ୍ତି ମୁଖ୍ୟମନ୍ତ୍ରୀ : ଭିକେ ପାଣ୍ଡିଆନ୍..

1 min read

ମୟୁରଭଞ୍ଜରେ ମୁଖ୍ୟମନ୍ତ୍ରୀଙ୍କ ସହିତ ପାଣ୍ଡିଆନ କରୁଛନ୍ତି ପ୍ରଚାର । ରାଇରଙ୍ଗପୁରରେ ଜନସଭାକୁ ସମ୍ବର୍ଦ୍ଧିତ କରି ପାଣ୍ଡିଆନ କହିଥିଲେ ରାଜ୍ୟ ସରକାର ଆଦିବାସୀ ଭାଇଭଉଣୀମାନଙ୍କ ପାଇଁ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଛନ୍ତି। ସେମାନଙ୍କ ଭାଷା, ସାହିତ୍ୟ, ସଂସ୍କୃତି ଓ ଦେବସ୍ଥଳୀର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସର୍ବଦା ପଦକ୍ଷେପ ନେଇଆସୁଛନ୍ତି। ଆଦିବାସୀମାନଙ୍କ ଉପରେ ଥିବା ୫୦ ହଜାର ମାମଲା ରଦ୍ଦ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବା ଭିକେ ପାଣ୍ଡିଆନ କହିଥିଲେ। ପାଣ୍ଡିଆନ ବିଜେଡି ସରକାରର ବିଭିନ୍ନ ଯୋଜନା ବିଷୟରେ ଆଲୋକପାତ କରିବା ସହିତ ସାରା ଦେଶରେ ସବୁଠାରୁ ଅଧିକ ଆଦିବାସୀ ଛାତ୍ରାବାସ ଓଡ଼ିଶାରେ ନିର୍ମାଣ ହୋଇଛି ବୋଲି କହିଥିଲେ। ମୁଖ୍ୟମନ୍ତ୍ରୀ ସର୍ବଦା ଆଦିବାସୀ ଭାଇ ଭଉଣୀ ମାନଙ୍କ ପାଇଁ ଉନ୍ନୟନ ମୂଳକ କାର୍ଯ୍ୟ କରୁଛନ୍ତି ।

ଆସନ୍ତା ଜୁନରେ ମୁଖ୍ୟମନ୍ତ୍ରୀ ପୁନର୍ବାର ଶପଥ ଗ୍ରହଣ କରିବେ। ଶପଥ ନେବା ପରେ ସର୍ବପ୍ରଥମେ ବିଜୁଳି ବିଲ୍‌‌ ଛାଡ଼ ଘୋଷଣା ଉପରେ ଦସ୍ତଖତ କରିବେ ମୁଖ୍ୟମନ୍ତ୍ରୀ। ଏହାପରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (BSKY)ରେ ସମସ୍ତଙ୍କୁ ଅନ୍ତର୍ଭୁକ୍ତ କରିବା ପାଇଁ ୨ୟ ଦସ୍ତଖତ କରିବେ। ସେହିପରି ୩ୟରେ ମୁଖ୍ୟମନ୍ତ୍ରୀ ମିଶନଶକ୍ତି ଯୋଜନାରେ ମହିଳାମାନଙ୍କୁ ପେନସନ୍‌‌ ଦେବା ଘୋଷଣାରେ ଦସ୍ତଖତ କରିବେ ବୋଲି ପାଣ୍ଡିଆନ କହିଥିଲେ। ସେହିପରି, ବାରିପଦାର ଛକ ପଡ଼ିଆରେ ଆୟୋଜିତ ଜନସମାବେଶରେ ମୁଖ୍ୟମନ୍ତ୍ରୀ ଏବଂ ପାଣ୍ଡିଆନ ଯୋଗଦେଇ ଦଳୀୟ ପ୍ରାର୍ଥୀମାନଙ୍କ ପାଇଁ ଭୋଟ ଭିକ୍ଷା କରିଥିଲେ।

Advertisement

Leave a Reply

Your email address will not be published. Required fields are marked *