Pratidin TV

Odisha's Digital News Platform

୨୦୨୪ ନିର୍ବାଚନ ଲଢିବେନି ପାଣ୍ଡିଆନ , କହିଲେ ଅନ୍ୟ ଯୋଜନା …

1 min read

ଭୁବନେଶ୍ୱର ; ୨୦୨୪ ନିର୍ବାଚନ ଲଢିବେନି ଭି.କେ ପାଣ୍ଡିଆନ । ବିଜେଡିର ଉପସଭାପତି ତଥା ବିଧାୟକ ଦେବୀ ପ୍ରସାଦ ମିଶ୍ର ଆଜି ଏହି ସୂଚନା ଦେଇଛନ୍ତି। ତେବେ ସେ ନିର୍ବାଚନ ଲଢ଼ିଲେ କିଛି ଅସୁବିଧା ନାହିଁ ବୋଲି ମଧ୍ୟ ଦେବୀ କହିଛନ୍ତି। ବିଜେଡି ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ସ୍ପଷ୍ଟ କରିଛନ୍ତୋ ଦେବୀ ମିଶ୍ର । ବିଜେଡି ନେତା ରବୀନ୍ଦ୍ର ଜେନା କହିଛନ୍ତି, ଭି.କେ ପାଣ୍ଡିଆନ ନିର୍ବାଚନ ନ ଲଢିବା ନେଇ ସ୍ପଷ୍ଟ କରିଛନ୍ତି । ଏପରିକି ୧୪୭ ଆସନରେ ମୁଖ୍ୟମନ୍ତ୍ରୀଙ୍କ ସହ ମିଶି ଦଳ ପାଇଁ କାମ କରିବେ ବୋଲି ପାଣ୍ଡିଆନ ବୈଠକରେ କହିଛନ୍ତି । ଦଳକୁ ଆହୁରି ସଙ୍ଗଠିତ କରିବା ସହ ଦଳୀୟ ନେତାଙ୍କ ସହ ମିଶି ପାଣ୍ଡିଆନ କାମ କରିବେ ।

ବୈଠକରେ ହୋଇଥିବା ନିଷ୍ପତ୍ତିଗୁଡ଼ିକ ବିଷୟରେ ସୂଚନା ଦେଇ ଶ୍ରୀ ମିଶ୍ର କହିଛନ୍ତି, ବିଜେଡି ସାଙ୍ଗଠନିକ ନିର୍ବାଚନ ବର୍ଷେ ଘୁଞ୍ଚାଇବାକୁ ନିଷ୍ପତ୍ତି ହୋଇଛି।

Advertisement

ବିରୋଧୀଙ୍କୁ କାଉଣ୍ଟର କରିବାକୁ ସୋଶାଲ ମିଡିଆକୁ ଅସ୍ତ୍ର କରାଯିବ। ଦଳର ସଭାପତି ନବୀନ ପଟ୍ଟନାୟକ ଏନେଇ ନିର୍ଦ୍ଦେଶ ଦେଇଛନ୍ତି। ବିରୋଧୀଙ୍କ ପାଖରେ କିଛି ଇସ୍ୟୁ ନାହିଁ ବୋଲି ସଭାପତି କହିଛନ୍ତି। କିଛି ଇସ୍ୟୁ ନଥିବାରୁ ମିଛ କହି ଅପପ୍ରଚାର କରୁଛନ୍ତି ବିରୋଧୀ।

Leave a Reply

Your email address will not be published. Required fields are marked *