Pratidin TV

Odisha's Digital News Platform

ଆଜି ୧୧ ଜିଲ୍ଲାକୁ ପ୍ରବଳ ବର୍ଷିବ ! ସତର୍କ କରାଇଲା ପାଣିପାଗ ବିଭାଗ …

1 min read

ଭୁବନେଶ୍ୱର : ରାଜ୍ୟରେ ଗତ ୩ ଦିନ ଧରି ଲାଗିରହିଛି ବର୍ଷା । କିଛି କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଦେଖାଦେଇଥିବା ବେଳେ କିଛି ଅଞ୍ଚଳରେ ମଧ୍ୟମ ଧରଣର ବର୍ଷା ହୋଇଛି । ତେବେ ମୌସୁମୀ ବର୍ଷା ସାଙ୍ଗକୁ ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ ଜନିତ ବର୍ଷା । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ଜିଲ୍ଲା ଗୁଡିକରେ ବିସ୍ତୃତି ବର୍ଷା ସମ୍ଭାବନା ଥିବାବେଳେ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡିକରେ ଅନେକ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଆଗାମୀ ୨୪ ଘଣ୍ଟା ପାଇଁ ଉତ୍ତର ଓଡ଼ିଶାର ୧୧ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର।ସେହିଭଳି ଦକ୍ଷିଣ ଓଡ଼ିଶାର ଜିଲ୍ଲାର ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ସୂଚନା ଦେଇଛନ୍ତି ।

Advertisement

ସେହିଭଳି ଲଘୁଚାପ ଜନିତ ବର୍ଷାର ପ୍ରଭାବରେ ତଳୁଆ ଅଞ୍ଚଳରେ ପାଣି ଜମିବା ସମ୍ଭାବନା ରହିଛି। ସେଥିପାଇଁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି ରହିଛି। ସହରାଞ୍ଚଳରେ ତୀବ୍ର ବର୍ଷା ସମୟରେ ଟ୍ରାଫିକ୍ ଜନିତ ସମସ୍ୟା ଉପୁଜିପାରେ। ମାଟିଚାଳ ଘରର କାନ୍ଥ ପଡ଼ିବାର ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *