Pratidin TV

Odisha's Digital News Platform

ଆଜି ୧୧ ଜିଲ୍ଲାକୁ ପ୍ରବଳ ବର୍ଷିବ ; ଜାରି ହେଲା ଅରେଞ୍ଜ ୱାର୍ଣ୍ଣିଂ ..

1 min read

ଭୁବନେଶ୍ୱର ; ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ ସକ୍ରିୟ ରହି ଆସନ୍ତା ୨୪ ଘଣ୍ଟାରେ ଉତ୍ତର-ଓଡିଶା ଓ ପଶ୍ଚିମବଙ୍ଗ ଉପକୂଳରେ ରହିବ । ଏହା ପ୍ରଭାବରେ ଗତକାଲି ଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଦେଖାଦେଇଛି ।

ଏନେଇ ଆଜି ପାଣିପାଗ ବିଭାଗ ପକ୍ଷରୁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲା ଗୁଡିକ ହେଲା – ବଲାଙ୍ଗୀର, ବରଗଡ, ସୁବର୍ଣ୍ଣପୁର, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, କେନ୍ଦୁଝର, ଅନୁଗୁଳ, ଦେବଗଡ, ଢେଙ୍କାନାଳ ଓ ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୁର୍ବାନୁମାନ କରାଯାଇଛି ।

Advertisement

ଏଥିସହ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କଟକ, ଯାଜପୁର, ନୟାଗଡ, ବୌଦ୍ଧ, କନ୍ଧମାଳ, ଖୋର୍ଦ୍ଧା, କଳାହାଣ୍ଡି, ନବରଙ୍ଗପୁର, ନୂଆପଡା ଓ କେନ୍ଦ୍ରାପଡା ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *