Pratidin TV

Odisha's Digital News Platform

୧୩ରୁ ପ୍ରବଳ ବର୍ଷା ! ଝାରସୁଗୁଡା ଜିଲ୍ଲାକୁ ସତର୍କ ସୂଚନା ଜାରି ..

ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ । ତେବେ ରାଜ୍ୟରେ ୨୪ ଘଣ୍ଟା ପର୍ଯ୍ୟନ୍ତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ।  ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ଦେବଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ।

ପରବର୍ତ୍ତୀ ଦୁଇ ଦିନ ଅର୍ଥାତ୍‌ ୧୧ ଓ ୧୨ ତାରିଖରେ କାଁ ଭାଁ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୧୩ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ। ୧୪ ଓ ୧୫ ତାରିଖରେ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *