Pratidin TV

Odisha's Digital News Platform

ଘୂର୍ଣ୍ଣିବଳୟ ପ୍ରଭାବ : ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷିବ , ଜାରି ହେଲା ହାଇ ଆଲର୍ଟ …

1 min read

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା । ଏହା ସହ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବ ।

ତେବେ ଆଜି ୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଗୁଆ ପାଣିପାଗ ବିଭାଗ ପକ୍ଷରୁ ହାଇ ଆଲର୍ଟ ଜାରି କରାଯାଇଛି । ସୁନ୍ଦରଗଡ଼, ଝାରରସୁଗୁଡା, ବରଗଡ଼, ନୂଆପଡ଼ା, କଳାହାଣ୍ଡି, କେରାପୁଟ ଓ ନବରଙ୍ଗପୁର ଜିଲ୍ଲା ପାଇଁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ସୋନପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର ଓ ମାଲକାନଗିରି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Advertisement

ଏହା ସହ ଜିଲ୍ଲା ପାଳଙ୍କୁ ସତର୍କ କରାଇଛନ୍ତି ଏସଆରସି । ହେଡକ୍ୱାର୍ଟର ନଛାଡିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଯେକୌଣସି ସ୍ଥିତି ସାମ୍ନା କରିବା ପାଇଁ ପ୍ରସ୍ତୁତ ରହିବାକୁ ପରାମର୍ଶ ଦିଆଯାଇଛି । ସହରରେ ପାଣି ଜମି ଟ୍ରାଫିକ ସମସ୍ୟା ଉପୁଜିପାରେ ଏନେଇ ଗାଡି ଚଳାଚଳ ନିୟନ୍ତ୍ରଣ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ପାଣିପମ୍ପ ଓ ଜେନେରେଟର ପ୍ରସ୍ତୁତ ରଖିବାକୁ ସହ ତଳିଆ ଅଞ୍ଚଳରେ ପାଣି ଜମିଲେ ତୁରନ୍ତ ନିଷ୍କାସନ ପାଇଁ କୁହାଯାଇଛି । ସେହିପରି ଦୁର୍ବଳ ନଦୀବନ୍ଧ, କେନାଲ ଉପରେ ଦୃଷ୍ଟି ରଖିବାକୁ ନିର୍ଦ୍ଦେଶ । ବର୍ଷା ପାଣି ଯେମିତି ନ ଜମେ ତୁରନ୍ତ ଡ୍ରେନ ସଫା କରିବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି ।

Leave a Reply

Your email address will not be published. Required fields are marked *