Pratidin TV

Odisha's Digital News Platform

ଭିଜିବ ଓଡ଼ିଶା: ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ ..

1 min read

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶା ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ବର୍ଷା ହେବ। ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ। ପଛକୁ ପଛ ଆଉ ଦୁଇଟି ଲଘୁଚାପ ସୃଷ୍ଟି ହେବାକୁ ଥିବାରୁ ସାରା ରାଜ୍ୟରେ ବର୍ଷାର ପ୍ରକୋପ ଜାରି ରହିବ ବୋଲି ପୂର୍ବାନୁମାନ କରାଯାଇଛି ।  ଆଗାମୀ ୨୪ ଘଣ୍ଟା ମଧ୍ୟରେ କୋରାପୁଟ୍, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଦକ୍ଷିଣ ଓଡ଼ିଶା ଉପକୂଳ ଆଡ଼କୁ ପରିବ୍ୟାପ୍ତ ରହିଛି ।

ଏହା କ୍ରମଶଃ ଦକ୍ଷିଣ ପଶ୍ଚିମ ଦିଗକୁ ଗତି କରିବା ପ୍ରଭାବରେ ୫ ଦିନ ରାଜ୍ୟରେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ କରିଛି ।  ସେହିପରି ସୁନ୍ଦରଗଡ, କେନ୍ଦୁଝର , ଝାରସୁଗୁଡା, ଢେଙ୍କାନାଳ, ଅନୁଗୁଳ , ବରଗଡ, ବଲାଙ୍ଗୀର, ନୂଆପଡା, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡା , ଗଜପତି ଓ କଳାହାଣ୍ତି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାଛଡା, ଝାରସୁଗୁଡା, ସମ୍ବଲପୁର, ବାଲେଶ୍ବର, ଭଦ୍ରକ,ଯାଜପୁର, କେନ୍ଦ୍ରାପଡା,ଜଗତସିଂହପୁର, କେନ୍ଦ୍ରାପଡା,ପୁରୀ ଓ କଟକ ଜିଲ୍ଲାରେ ବର୍ଷା ,ବିଜୁଳି ଘଡଘଡି ସହ ବଜ୍ରପାତ ନେଇ ୟେଲୋ ଆଲର୍ଟ ଜାରି ହୋଇଛି। ଗତକାଲି ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ନୂଆପଡା, ବଲାଙ୍ଗୀର, କଳାହାଣ୍ତି, ରାୟଗଡା, କଳାହାଣ୍ତି, କୋରାପୁଟ ଜିଲ୍ଲାର ଗୋଟିଏ ରୁ ୨ ଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। 

Advertisement

ରବିବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସୋମବାର ଲଘୁଚାପର ରୂପ ନେଇଛି । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ୧୯ରେ ପୁଣି ଏକ ଲଘୁଚାପ ହେବ । ଏହି ଦୁଇ ଲଘୁଚାପ ପ୍ରଭାବରେ ୨୧ ତାରିଖ ଯାଏ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି । ଆଗକୁ ଆହୁରି ଦୁଇଟି ଲଘୁଚାପ ଥିବାରୁ ରାଜ୍ୟରେ ନିଅଣ୍ଟିଆ ସ୍ଥିତି ଭରଣା ହେବ ବୋଲି ସେ କହିଛନ୍ତି ।

Leave a Reply

Your email address will not be published. Required fields are marked *