Pratidin TV

Odisha's Digital News Platform

ଆଜିଠୁ ରାଜ୍ୟରେ ୪ ଦିନ ପାଇଁ କାଳବୈଶାଖୀ ଆଲର୍ଟ ; ଏହି ସବୁ ଜିଲ୍ଲାକୁ ଜାରି ହେଲା ଅରେଞ୍ଜ ଓ ୟେଲୋ ୱାଣିଂ

1 min read

ଭୁବନେଶ୍ୱର : ରାଜ୍ୟରେ ଆଜି ସକାଳୁ ପାଗ କାଉଁଳିଆ ରହିବା ସହ ହାଲକା ପବନ ମଧ୍ୟ ଅନୁଭୂତ ହୋଇଛି । ତେବେ ଆଜିଠୁ ଆସନ୍ତା ୩ ରୁ ୪ ଦିନ ପର୍ଯ୍ୟନ୍ତ ଓଡିଶାରେ କାଳବୈଶାଖୀ ବର୍ଷାର ସମ୍ଭାବନା ଥିବା ନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିକେନ୍ଦ୍ରର ନିର୍ଦ୍ଦେଶକ ଏଚ୍.ଆର୍.ବିଶ୍ୱାସ ।

ପାଣିପାଗ କେନ୍ଦ୍ରରୁ ମିଳିଥିବା ସୂଚନା ଅନୁଯାୟୀ କାଳବୈଶାଖୀ ବର୍ଷା ନେଇ ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଲା ଗଂଜାମ , ଗଜପତି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ। ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏଥିସହଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ବହିପାରେ ପବନ। କିଛି କିଛି ସ୍ଥାନରେ ପ୍ରବଳ ବର୍ଷାସମ୍ଭାବନା ହେବାର ବି ରହିଛି।

Advertisement

ସେହିପରି ମାଲକାନଗିରି, କୋରାପୁଟ, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ସମ୍ବଲପୁର, ଅନୁଗୁଳ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଚ ଜିଲ୍ଲାକୁ ଆଜି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି କାଳବୈଶାଖୀ ପ୍ରଭାବ ସାମାନ୍ୟ କମିବା ପରେ ୩୦ ତାରିଖରୁ ପୁଣି ପ୍ରଭାବ ବଢ଼ିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Leave a Reply

Your email address will not be published. Required fields are marked *