Pratidin TV

Odisha's Digital News Platform

କିଏ ହେବ ଓଡିଶାର ମୁଖ୍ୟମନ୍ତ୍ରୀ ?

ଭୁବନେଶ୍ୱର ; ରାଜ୍ୟ ରାଜନୀତିରେ ଓଡିଶାର ମୁଖ୍ୟମନ୍ତ୍ରୀଙ୍କୁ ନେଇ ଚର୍ଚ୍ଚା ଜୋର । ୨୪ ବର୍ଷଧରି ଓଡିଶାରେ ନବୀନ ଶାସନ ଚାଲିଥିବା ବେଳେ ୨୦୨୪ ରେ ବିଜେପି ଓଡିଶାରେ ନୂଆ ସରକାର ଗଢିଛି । କିନ୍ତୁ ନବୀନ ସମ୍ଭାଳୁଥିବା ମୁଖ୍ୟମନ୍ତ୍ରୀ ପଦକୁ ତଥା ଗାଦିକୁ ବର୍ତ୍ତମାନ ବିଜେପିର କେଉଁ ନେତାଙ୍କ ହାତରେ ଦିଆଯିବ ତାକୁ ନେଇ ସସ୍ପେନ୍ସ ଲାଗିରହିିଛି । ବିଧାୟକଙ୍କ ଭିତରୁ କାହା ନାଁରେ ମୋହର ବାଜିବାର ସମ୍ଭାବନା ଥିବାରୁ ବିଧାୟକ ସୁରେଶ ପୂଜାରୀଙ୍କ ନାଁକୁ ନେଇ ଚର୍ଚ୍ଚା ହେଉଛି। ସେହିପରି ରାଜ୍ୟସଭାପତି ମନମୋହନ ସାମଲଙ୍କ ନାଁ ବି ଚର୍ଚ୍ଚାରେ ରହିଛି। ଅନ୍ୟପଟେ ଆଇଏସ ଅଫିସର ଗିରିଶ ଚନ୍ଦ୍ର ମୁର୍ମଙ୍କୁ ନେଇ ମଧ୍ୟ ଚର୍ଚ୍ଚା ଜୋର ଧରିଛି ।

ଆଜି ଓଡ଼ିଶାରେ ପହଞ୍ଚିବେ ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଓ ଭୁପିନ୍ଦର ଯାଦବ। ପରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କୁ ନେଇ ବିଧାୟକ ଦଳ ବୈଠକ ବସିବ। ବୈଠକରେ ବିଜେପି ସରକାରର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯିବ ବୋଲି ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ।

ସେହିଭଳି ଆସନ୍ତାକାଲି ସଂଧ୍ୟା ୫ଟାରେ ଭୁବନେଶ୍ବର ଜନତା ମୈଦାନରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଉତ୍ସବରେ ଯୋଗଦେବା ଲାଗି ପିଏମ୍ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆସିବା କାର୍ଯ୍ୟକ୍ରମ ରହିଛି।

Leave a Reply

Your email address will not be published. Required fields are marked *