Pratidin TV

Odisha's Digital News Platform

କାହିଁକି ଘରର ପ୍ରଥମ ପିଲାଙ୍କୁ କରାଯାଏ ପୋଢ଼ୁଆଁ , ଜାଣନ୍ତୁ ପ୍ରଥମାଷ୍ଟମୀର ପ୍ରକୃତ କାରଣ

1 min read

ପ୍ରତିବର୍ଷ ମାର୍ଗଶିର ମାସ କୃଷ୍ଣ ପକ୍ଷର ଅଷ୍ଟମୀ ତିଥିରେ ପ୍ରଥମାଷ୍ଟମୀ ପାଳନ କରାଯାଇଥାଏ । ଏହାକୁ ପଢୁଆଁ ଅଷ୍ଟମୀ ବୋଲି ମଧ୍ୟ କୁହାଯାଏ। ଏହା ସୌଭାଗିନୀ ଅଷ୍ଟମୀ, କାଳ ଭୈରବାଷ୍ଟମୀ ବା ପାପ-ନାଶିନୀ ଅଷ୍ଟମୀ ଭାବେ ମଧ୍ୟ ପରିଚିତ। ଏହି ପର୍ବ ଓଡିଶାର ଏକ ଲୋକପ୍ରିୟ ପର୍ବ ଭାବେ ପରିଚିତ। ଆଜି ସମସ୍ତ ଘରେ ଘରେ ଏଣ୍ଡୁରୀ ପିଠାର ମହକ ସାଙ୍ଗକୁ ଦେଖିବାକୁ ମିଳୁଛି ଓଡିଆ ସଂସ୍କୃତିର ଝଲକ । ଘରର ବଡ ସନ୍ତାନ ମାନଙ୍କୁ ନୂଆ ଲୁଗା, ଚନ୍ଦନ, ସିନ୍ଦୂର ଲଗାଯାଇ କରାଯାଇଛି ବନ୍ଦାପନା ।

ପରମ୍ପରା ଅନୁଯାୟୀ, ଏହିଦିନ ପରିବାରର ଜ୍ୟେଷ୍ଠ ସନ୍ତାନର ସୁଖ ସମୃଦ୍ଧି ଓ ଦୀର୍ଘଜୀବନ ପାଇଁ ପୂଜାବିଧ ଅନୁଷ୍ଠିତ ହୋଇଥାଏ। ଏହି ଦିନ ବଡ ପୁଅଙ୍କର ଦୀର୍ଘଜୀବନ କାମତା କ ମାଆମାନେ ଷଠୀ ଦେବୀଙ୍କର ପୂଜା ଅର୍ଚ୍ଚନା କରିଥାନ୍ତି । ଏହି ଦିନ ଘରେ ଜ୍ୟେଷ୍ଠ ସନ୍ତାନ ସେ ଝିଅ ହେଉ କି ପୁଅ ତାଙ୍କୁ ନୂଆ ବସ୍ତ୍ର ପିନ୍ଧାଇ ଠାକୁରଙ୍କ ଆଗରେ ପିଢ଼ା ଉପରେ ବସାଇ ଦୁଇ କାନରେ ଫୁଲ ଓ ମୁଣ୍ଡରେ ଚନ୍ଦନ ଲଗାଇ ଦୁବ, ବରକୋଳି ପତ୍ର ଓ ହଳଦୀମିଶା ଚାଉଳରେ ମା ମାନେ ବନ୍ଦାପନା କରନ୍ତି । ବନ୍ଦାପନା ପରେ ସେମାନେ ଷଠୀ ଦେବୀଙ୍କୁ ମୁଣ୍ଡିଆ ମାରିବା ସହିତ ଗୁରୁଜନଙ୍କୁ ମୁଣ୍ଡିଆ ମାରି ଆଶୀର୍ବାଦ ଭିକ୍ଷା କରନ୍ତି।

Advertisement

ପରମ୍ପରା ଅନୁଯାୟୀ ଏହି ସେମାନେ ପିନ୍ଧୁଥୁବା ନୂଆ ବସ୍ତ୍ର ମାମୁ ଘରୁ ଆସିଥାଏ। ଏହିଦିନ ମାମୁଁମାନେ ନୂଆଲୁଗା, ମିଷ୍ଟାନ୍ନ ଓ ଅନ୍ୟାନ୍ୟ ସାମଗ୍ରୀ ସହ ଜଣକା ଭାଣିଜୀ ଘରକୁ ଯାଇ ପଢୁଆଁ କରନ୍ତି। ସେଥିପାଇଁ ମାମୁଁଙ୍କୁ ଶ୍ରଦ୍ଧା ଓ ପରିହାସରେ ଅଷ୍ଟମୀ ବନ୍ଧୁ ବୋଲି କୁହାଯାଏ ପ୍ରଥମାଷ୍ଟମୀ ଆସିଲେ ମନେପଡିଯାଏ ପରମ୍ପରାର ପିଠା ଏଣହୁରି । ଏହି ପିଠା ପାଇଁ ହଳଦୀପତ୍ରର ବ୍ୟବହାର ଏକ ବିଶେଷକ । ଅନ୍ୟ କୌଣସି ପିଠାରେ ହଳଦୀ ପତ୍ର ବ୍ୟବହୃତ ହୁଏନାହିଁ।

ବନ୍ଦାପନା ପରେ ଜ୍ୟେଷ୍ଠ ସନ୍ତାନ ଷଠୀ ଦେବୀଙ୍କୁ ମୁଣ୍ଡିଆ ମାରିବା ସହିତ ପିତାମାତାଙ୍କୁ ଓ ଗୁରୁଜନଙ୍କୁ ମୁଣ୍ଡିଆ ମାରି ଆଶୀର୍ବାଦ ଭିକ୍ଷା କରନ୍ତି। ପରିବାରର ଜ୍ୟେଷ୍ଠ ପୁତ୍ର ବା ଜ୍ୟେଷ୍ଠା କନ୍ୟାର ନବ ବସ୍ତ୍ର ପରିଧାନ ଓ ବନ୍ଦାପନା ହେବାର ଏହି ବିଶେଷ ବିଧିକୁ ‘ପଢୁଆଁ ହେବା’ କହିଥାନ୍ତି।

ତେବେ ଏଣ୍ଡୁରି ପିଠା ପ୍ରଥମାଷ୍ଟମୀର ବିଶେଷତ୍ୱ। ଏହି ପିଠା ପାଇଁ ହଳଦୀପତ୍ର ବ୍ୟବହାର ମଧ୍ୟ ଅନ୍ୟ ଏକ ବିଶେଷତ୍ୱ। ଅନ୍ୟ କୌଣସି ପିଠାରେ ହଳଦୀ ପତ୍ର ବ୍ୟବହୃତ ହୁଏ ନାହିଁ। କେବଳ ପ୍ରଥମାଷ୍ଟମୀ ଉପଲକ୍ଷେ ଏଣ୍ଡୁରି ପିଠାରେ ହଳଦୀପତ୍ରର ବ୍ୟବହାର ରହିଛି।

ଏହିଦିନ ଭୁବନେଶ୍ଵର ଲିଙ୍ଗରାଜ ମହାପ୍ରଭୁଙ୍କର ମାମୁଁଘର ଯାତ୍ରା ହୋଇଥାଏ । ଲିଙ୍ଗରାଜ ମହାପ୍ରଭୁ ଏହିଦିନ ପଢୁଆଁ ହେବା ପାଇଁ ତାଙ୍କ ମାମୁଁଘର ରୂପେ ପରିଚିତ କପାଳିମଠକୁ ଯାଆନ୍ତି। ସେହିପରି ସେହିଭଳି ପ୍ରଥମାଷ୍ଟମୀରେ ପୋଢୁଆଁ ହେବେ ବଡ଼ ଠାକୁର ବଳଭଦ୍ର । ପ୍ରଥମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ହେଉଛି ସ୍ୱତନ୍ତ୍ର ନୀତି। ସେପଟେ ଘରେ ଘରେ ହଳଦି ପତରରେ ଏଣ୍ଡୁରୀ ପିଠା ମଧ୍ୟ ପ୍ରସ୍ତୁତ କରାଯାଏ ।

Leave a Reply

Your email address will not be published. Required fields are marked *