୩ ଦିନ ଯାଏଁ ଲାଗି ରହିବ ଘନ କୁହୁଡି , ଜାରି ହେଲା ୟେଲୋ ୱାଣିଂ ..
1 min readଭୁବନେଶ୍ୱର : ରାଜ୍ୟରେ ଧିରେ ଧିରେ କମୁଛି ଶୀତର କୋପ । କିନ୍ତୁ ସକାଳ ୧୦ ଟା ପର୍ଯ୍ୟନ୍ତ ଆକାଶରେ ଦେଖାଯାଉଛି ଘନକୁହୁଡି । ତେବେ ଶୁକ୍ରବାର ସକାଳେ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଦେଖାଦେଇଛି । ସେହିଭଳି ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ଘନ କୁହୁଡି ନେଇ ୟେଲୋ ୱାଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ।
ଆଜି ରାତିରେ କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ ଓ ଖୋର୍ଦ୍ଧା ଜିଲ୍ଲାର କେତେକ ସ୍ଥାନରେ କୁହୁଡ଼ି ହେବାର ସମ୍ଭାବନା ରହିଛି। ଏଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଆସନ୍ତାକାଲି ଅର୍ଥାତ୍ ୧୪ ତାରିଖରେ ସକାଳ ଓ ରାତିରେ ୭ଟି ଜିଲ୍ଲାରେ ଘନ କୁହୁଡ଼ି ଦେଖାଦେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।। ଏହିସବୁ ଜିଲ୍ଲାଗୁଡ଼ିକ ହେଉଛି ଅନୁଗୋଳ, ଢେଙ୍କାନାଳ, କଟକ, ସୋନପୁର, ବଲାଙ୍ଗିର, କଳାହାଣ୍ଡି ଓ କନ୍ଧମାଳ। ସେହପରି ୧୫ ତାରିଖରେ ମଧ୍ୟ ୭ଟି ଜିଲ୍ଲାରେ ଘନ କୁହୁଡି ହେବ। ଏଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ମଧ୍ୟ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।
ତେବେ କୁହୁଡି ଜନିତ ଦୁର୍ଘଟଣା ଏଡ଼ାଇବା ପାଇଁ ପୁଲିସ ପଦକ୍ଷେପ ଗ୍ରହଣ କରିବାକୁ ଏସଆର୍ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲାପାଳ ଓ ଏସ୍ପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି।