Pratidin TV

Odisha's Digital News Platform

ବର୍ଷା ଓ ବଜ୍ରପାତ ନେଇ ୧୨ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଖୋର୍ଦ୍ଧାର ଭୁବନେଶ୍ୱର ସମେତ ଓଡିଶାର ୧୨ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ୟେଲୋ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଗାମୀ ୩ ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାରେ ସାମାନ୍ଯରୁ ମଧ୍ଯମଧରଣର ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟାରେ ଗାଙ୍ଗେୟ ପଶ୍ଚିମବଙ୍ଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ପ୍ରବଳ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଦେବଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡକୁ ସତର୍କ ରହିବାକୁ ସୂଚନା ଦିଆଯାଇଛି ।

ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଗୁରୁବାର ପୂର୍ବାହ୍ନ ସୁଦ୍ଧା ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ଏବଂ ଉତ୍ତର, ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *