Pratidin TV

Odisha's Digital News Platform

ଜୀ -ସାର୍ଥକର ଭିନ୍ନ ପ୍ରୟାସ : ଏଥର ଶାଶୁ କରିବେ ବୋହୂର କନ୍ୟାଦାନ ..

1 min read

ଭୁବନେଶ୍ୱର : ଶାଶୁ-ବୋହୂ ସମ୍ପର୍କର ଅଦ୍ଭୁତ କାହାଣୀ ସହିତ ଜୀ-ସାର୍ଥକରେ ଆସନ୍ତା ୨୯ ତାରିଖ ସନ୍ଧ୍ୟା ୬:୩୦ ରେ ଦେଖନ୍ତୁ ଚଳଚ୍ଚିତ୍ର ‘କନ୍ୟାଦାନ’ । ଜୀ-ସାର୍ଥକ ଫିଲ୍ମସ ସବୁବେଳେ ନୂଆ ଓ ଭିନ୍ନ ଭିନ୍ନ କାହାଣୀରେ ନିର୍ମିତ ଚଳଚିତ୍ର ତାର ଦର୍ଶକଙ୍କୁ ଦେଇ ଆସିଛି । ଏଥର ସେହି ଚିରାଚରିତ ଶାଶୁ- ବୋହୂଙ୍କର ଝଗଡ଼ା ନୁହେଁ ବରଂ ଜଣେ ଶାଶୁ କିପରି ନିଜ ବୋହୂର କନ୍ୟାଦାନ କରୁଛନ୍ତି ତାକୁ ନେଇ ଏକ ଦମଦାର କାହାଣୀ ସହ ଜୀ-ସାର୍ଥକ ଫିଲ୍ମସ ନିବେଦିତ ଓଡ଼ିଆ ଚଳଚ୍ଚିତ୍ର ‘କନ୍ୟାଦାନ’ ର ଅଡ଼ିଓ ରିଲିଜ ଜାନୁୟାରୀ ୨୦ ରେ ହୋଇଛି ଏବଂ ଆଗାମୀ ୨୯ ଜାନୁଆରୀରେ ଏହି ଚଳଚ୍ଚିତ୍ରର ଶୁଭମୁକ୍ତି ହେବ ।

ପ୍ରିୟବ୍ରତଙ୍କ କାହାଣୀ ତଥା କବିର ଦାସଙ୍କ ପ୍ରଯୋଜନା ଓ ମୃତ୍ୟୁଞ୍ଜୟ ସାହୁଙ୍କ ନିର୍ଦ୍ଦେଶନାରେ ନିର୍ମିତ ଏହି ଚଳଚ୍ଚିତ୍ର ପାଇଁ ନିର୍ମଳ ନାୟକ ଗୀତ ରଚନା କରିଛନ୍ତି ଓ ପ୍ରଶାନ୍ତ ପାଢ଼ୀ ଗୀତଗୁଡ଼ିକ ସଙ୍ଗୀତରେ ସଜେଇଛନ୍ତି ଓ ଅନ୍ତରା ଚକ୍ରବର୍ତ୍ତୀ ଓ ସ୍ଵୟମ ପାଢ଼ୀ ଏଥିରେ କଣ୍ଠ ଦାନ କରିଛନ୍ତି । ‘କନ୍ୟାଦାନ’ରେ ମୁଖ୍ୟ ଭୂମିକାରେ ବିଶିଷ୍ଟ ଅଭିନେତ୍ରୀ ମହାଶ୍ବେତା ରାୟ, ଜସ୍ମିନ ଓ ବିକ୍ରମ ଅଭିନୟ କରିଛନ୍ତି। ଏକ ଭିନ୍ନ ସ୍ୱାଦ ଓ ସମାଜରେ ବର୍ତ୍ତମାନ ସ୍ଥିତି ଉପରେ ଏହି କାହାଣୀ ସହ ଚଳଚ୍ଚିତ୍ରଟି ଦର୍ଶକଙ୍କୁ ବାନ୍ଧି ରଖିବ ବୋଲି ପ୍ରଯୋଜନା ସଂସ୍ଥା, ଜୀ-ସାର୍ଥକ ଚାନେଲ୍ ମୁଖ୍ୟ ପ୍ରତୀକ ସିଲ୍ କହିଛନ୍ତି ।

ସିନେ ଜଗତର ପରିଚିତା ‘ଗୌରିନାନୀ’ ଶ୍ରୀମତୀ ରାୟ ଦୀର୍ଘ ସମୟ ଧରି ଓଡିଆ ତଥା ବେଙ୍ଗଲୀ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିରେ ଜଣେ ପ୍ରମୁଖ ଅଭିନେତ୍ରୀ । ତାଙ୍କର ବହୁମୁଖୀ ଅଭିନୟ ପାଇଁ ସେ ଓଡିଆ ସିନେମାର ଜଣେ ସର୍ବୋତ୍ତମ ଅଭିନେତ୍ରୀ ଭାବରେ ଜଣାଶୁଣା । କିମ୍ବଦନ୍ତୀ ଅଭିନେତା ପ୍ରଶାନ୍ତ ନନ୍ଦ ଏବଂ ହେମନ୍ତ ଦାସଙ୍କ ସହ ‘ଶେଷ ଶ୍ରାବଣ’ ତାଙ୍କର ପ୍ରଥମ ଚଳଚ୍ଚିତ୍ର ଥିଲା । ଏହି ଚଳଚିତ୍ର ରେ ପୁଣି ଦର୍ଶକ ତାଙ୍କୁ ଏକ ଭିନ୍ନ ଚରିତ୍ରରେ ଦେଖିବାକୁ ପାଇବେ । ଜୀ-ସାର୍ଥକର ‘ସରଗମ୍’ ଧାରାବାହିକ ସହିତ ପ୍ରଥମ ଡେବ୍ୟୁ କରିଥିବା ଜସ୍ମିନ୍ ରଥ ଏବେ “ମା ଯାହାର ସାହା “ରେ ମଧ୍ୟ ମୁଖ୍ୟ ଭୂମିକାରେ ଅଭିନୟ କରି ବେଶ୍ ଲୋକପ୍ରିୟତା ହାସଲ କରିଛନ୍ତି।ଏଥିସହ ସୋସିଆଲ ମିଡିଆରେ ଜଣେ ପରିଚିତ ମୁହଁ । ଓଡିଆ ଭାଷାରେ ଅନେକ ଧାରାବାହିକରେ ଅଭିନୟ କରିଛନ୍ତି । ସେ ଜଣେ ଦକ୍ଷ ଏବଂ ପରିଶ୍ରମୀ ଅଭିନେତ୍ରୀ ଏବଂ ଏହି ଚଳଚିତ୍ରରେ ଦେଖିବାକୁ ମିଳିବ ଅଭିନୟ ପ୍ରତି ତାଙ୍କର ଉତ୍ସାହ । ବିଭିନ୍ନ ଓଡିଆ ଧାରାବାହିକରେ ନିଜ ଅଭିନୟର ଜାଦୁ ଦେଖାଇସାରିଥିବା ବିକ୍ରମ୍ ଏହି ଚଳଚିତ୍ରର ଏକ ଖାସ ଅଙ୍ଗ । ଏହି କାହାଣୀରେ ତାଙ୍କର ଆହୁରି ଉତ୍କୃଷ୍ଠ ହୋଇଛି ବୋଲି ସେ କହିଛନ୍ତି ।

Leave a Reply

Your email address will not be published. Required fields are marked *